ଏନ୍‌ଇଇଟି-ୟୁଜି ଉପରେ ସୁପ୍ରିମକୋର୍ଟଙ୍କ ରାୟ ସତ୍ୟର ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୪।୭(ସୁନିତ୍‌ ମିଶ୍ର): ଏନ୍‌ଇଇଟି୍‌-ୟୁଜି ପୁନଃ ପରୀକ୍ଷା ହେବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆଦିଲ୍ଲୀରେ ଏହି ପ୍ରସଙ୍ଗରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ସୁପ୍ରିମକୋର୍ଟ ଦେଇଥିବା ରାୟ ଦ୍ୱାରା ସତ୍ୟର ବିଜୟ ହୋଇଛି। ଏହି ନିଷ୍ପତ୍ତି ସମସ୍ତ କଳ୍ପନାଜଳ୍ପନାକୁ ଦୂରକରିବା ସହ ଅନେକ ଲକ୍ଷ କଠିନ ପରିଶ୍ରମୀ ଓ ସଚ୍ଚୋଟ ଛାତ୍ରୀଛାତ୍ରଙ୍କୁ ଆଶ୍ୱସ୍ତି ଦେବ। ସେ ଆହୁରି କହିଛନ୍ତି, ଏନ୍‌ଇଇଟି ପରୀକ୍ଷାର୍ଥୀଙ୍କ ମଧ୍ୟରେ ଥିବା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କ ହିତରେ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ବଜାୟ ରଖୁଥିବା ଏହି ଐତିହାସିକ ରାୟ ପାଇଁ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶରେ ବିଦ୍ୟାର୍ଥୀଙ୍କ ପାଇଁ ଅନୁଷ୍ଠିତ ହେଉଥିବା ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ପରୀକ୍ଷାକୁ ସ୍ବଚ୍ଛ, ବିନା କୌଣସି ଟ୍ୟାମ୍ପରିଂ ତଥା ତ୍ରୁଟିଶୂନ୍ୟ କରିବା ପାଇଁ ଶିକ୍ଷା ବିଭାଗ କଟିବଦ୍ଧ ଅଛି। ଏନ୍‌ଇଇଟି ପରୀକ୍ଷାକୁ ପରିଚାଳନା କରୁଥିବା ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ)କୁ ସ୍ବଚ୍ଛ ଓ ନିରପେକ୍ଷ କରିବା ପାଇଁ ପୂର୍ବରୁ ମନ୍ତ୍ରଣାଳୟ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇଛି। ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡ. କେ. ରାଧାକ୍ରିଷ୍ଣନଙ୍କ ନେତୃତ୍ୱରେ ଗଠିତ କମିଟି ସମସ୍ତ ଦିଗରୁ ଘଟଣାକୁ ଅନୁଧ୍ୟାନ କରିବା ସହ ନିଜର କାମ ଜାରି ରଖିଛନ୍ତି। ସିବିଆଇ ମଧ୍ୟ ନିଜର କାମ ଜାରି ରଖିଛି। ଯୁବପିଢ଼ି, ବିଦ୍ୟାର୍ଥୀ ଏବଂ ସେମାନଙ୍କ ଅଭିଭାବକଙ୍କୁ ଆଶ୍ୱସ୍ତ କରୁଛି ଯେ, ଏନ୍‌ଟିଏ ସଂସ୍ଥା ଦ୍ୱାରା ପରିଚାଳିତ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଏହି ସମସ୍ତ ପ୍ରକ୍ରିୟାରେ ଯେଉଁ ଅବ୍ୟବସ୍ଥା ହୋଇଛି ସେଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁସାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯେଉଁମାନେ ଦେଶର ପରୀକ୍ଷା ବ୍ୟବସ୍ଥାକୁ ସମାଲୋଚନାକରି ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ନିଜର ସ୍ବାର୍ଥ ପାଇଁ ଉପଯୋଗ କରି ରାଜନୈତିକ ଅସ୍ଥିରତା ଓ ଅରାଜକତା ସୃଷ୍ଟି କରିଛନ୍ତି, ଏହି ରାୟ ସେମାନଙ୍କ ଆଖି ଖୋଲିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri