କ୍ଷମା ମାଗିଲେ ସୁର ରାଉତରାୟ, କହୁ କହୁ କହି ଦେଇଥିଲେ ଏମିତି…

ଭୁବନେଶ୍ୱର,୩୦।୭: ସ୍ବାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ପ୍ରତି ବରିଷ୍ଠ ନେତା ସୁରେଶ କୁମାର ରାଉତରାୟ ଦେଇଥିବା ଅପମାନଜନକ ମନ୍ତବ୍ୟକୁ ନେଇ ବିଭିନ୍ନ ଆଡୁ ସମାଲୋଚନା କରାଯାଉଛି। ତାଙ୍କୁ ଅସମ୍ମାନ କରିବା ପ୍ରତିବାଦରେ ବରଗଡ଼ର ଘେଁସରେ ଗତକାଲି ୬ ଘଣ୍ଟା ବନ୍ଦ ରହିଥିଲା। ସୋମବାର ସକାଳ ୬ରୁ ଦିନ ୧୨ଟା ଯାଏ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଆଉ ଶେଷରେ ନିଜ ମନ୍ତବ୍ୟ ପାଇଁ ଭୁଲ ମାଗିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ସୁରେଶ ରାଉତରାୟ।

ସୁରଙ୍କ ଏହି ମନ୍ତବ୍ୟକୁ ନେଇ ଭାଜପା ଏହାର ତୀବ୍ର ପ୍ରତିବାଦ କରିଛି। ଏପରିକି ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ସୋମବାର ସୁରଙ୍କ ନାମରେ କ୍ୟାପିଟାଲ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଭାଜପା ଯୁବ ମୋର୍ଚ୍ଚାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ସ୍ବୟଂ ସେବକ ରାୟଙ୍କ ନେତୃତ୍ୱରେ କାର୍ଯ୍ୟକର୍ତ୍ତାମାନେ ଥାନାରେ ଲିଖିତ ଅଭିଯୋଗ କରିବା ସହ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସୁରଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି।

୧୮୫୭ର ମହାନ ବିପ୍ଲବୀ ମାଧୋ ସିଂହ। ଘେଁସ ଜମିଦାରୀର ଆଦିବାସୀ ବିଂଝାଲ ଜମିବାର ମାଧୋ ସିଂହ। ଇଂରେଜଙ୍କ ବିରୋଧରେ ମାଧୋ ସିଂହଙ୍କ ପୂରା ପରିବାର ସଂଘର୍ଷ କରିଥିଲେ । ଶକ୍ତିଶାଳୀ ଗରିଲା ବାହିନୀ ଗଠନ କରି ଇଂରେଜ ବିରୋଧରେ ସେ ଲଢିଥିଲେ । ସମ୍ବଲପୁର ବିଦ୍ରୋହ ନିମନ୍ତେ ପ୍ରସ୍ତୁତ ରଣନୀତିର ସେ ମୁଖ୍ୟ ଅଂଶୀଦାର ଥିଲେ। ଦେଶ ସ୍ବାଧୀନ ପାଇଁ ମେଧୋ ସିଂହଙ୍କ ପରିବାର ନିଜକୁ ଉତ୍ସର୍ଗ କରି ଦେଇଥିଲେ । ଶେଷରେ ଗିରଫ ମାଧୋ ସିଂହଙ୍କୁ ୧୮୫୮ ମସିହା ଡିସେମ୍ବର ୩୧ ତାରିଖରେ ଫାଶୀ ଖୁଣ୍ଟରେ ଝୁଲାଇ ଦେଇଥିଲେ ଇଂରେଜ ସରକାର ।

ସୂଚନାଥାଉ କି, ଆଦିବାସୀ, ଦଳିତ ଓ ପଛୁଆ ବର୍ଗର ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ହାତଖର୍ଚ୍ଚ ମିଳିବ । ଏଥିପାଇଁ ‘ମାଧୋ ସିଂ ହାତଖର୍ଚ୍ଚ’ ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଯୋଜନା ବାବଦ ୧୫୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ତେବେ ତାଙ୍କୁ ନେଇ ଅପମାନଜନକ ଟିପ୍ପଣୀ ଦେଇଥିଲେ ସୁର ରାଉତରାୟ। ଯାହା ପରେ ବିରୋଧ କରାଯିବାରୁ ସେ କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ତାଙ୍କୁ ଜାଣିନଥିଲି, ଭୁଲରେ କହି ଦେଇଛି।

ସୂଚନାଥାଉ କି, ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଏହି ଯୋଜନାରେ ଜନଜାତି ଛାତ୍ରୀଛାତ୍ର ଉପକୃତ ହେବେ ଏବଂ ଆଗ୍ରହରେ ସ୍କୁଲ ପିଲା ଯିବେ। ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri