ସୁରଜ ହତ୍ୟା ମାମଲାର ପର୍ଦ୍ଦାଫାଶ: ୪ ଗିରଫ

ବରଗଡ଼,୧୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର ବିଳମ୍ବିତ ରାତିରେ ସଂଘଟିତ ସୁରଜ ଦାଶ ହତ୍ୟା ମାମଲାର ରବିବାର ପର୍ଦ୍ଦାଫାଶ କରିଛି ବରଗଡ଼ ଟାଉନ ଥାନା ପୋଲିସ। ଏହି ମାମଲାରେ ପୋଲିସ ୪ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ ୧୬ ବ୍ରହ୍ମଚାରୀର ଆକାଶ ପାଇକ(୨୧), ତାଙ୍କ ଭାଇ ବଣ୍ଟି ପାଇକ(୨୧), ଓ୍ବାର୍ଡ ନଂ-୧୧ ନୂଆପଡ଼ାର କାଜୁ ଭୋଇ(୨୧) ଏବଂ ଓ୍ବାର୍ଡ ନଂ-୫ ବିଶିପଡ଼ାର ତରୁଣ ବାରିକ(୨୬)। ସେମାନଙ୍କ ପାଖରୁ ହତ୍ୟାକାଣ୍ଡରେ ବ୍ୟବହୃତ ପଥର, ଠେଙ୍ଗା, ଗାମୁଛା, ଗୋଟିଏ ମୋବାଇଲ ଏବଂ ଗୋଟିଏ ବାଇକ୍‌ ଜବତ ହୋଇଛି। ପୋଲିସ ସେମାନଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ବିଭିନ୍ନ ଦଫାରେ କେସ୍‌ ନଂ ୪୬୭/୨୩ରେ ଏକ ମାମଲା ରୁଜୁ କରିଛି। ରବିବାର ବରଗଡ଼ ଟାଉନ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି ସୂଚନା ଦେଇ କହିଥିଲେ, ଶନିବାର ଗାନ୍ଧିଛକ ନିକଟ ଫରେଷ୍ଟ ଅଫିସ ସମ୍ମୁଖ ତଥା ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟ ଗଳିରାସ୍ତାରେ ସୁରଜଙ୍କ ମୃତଦେହ ପଡ଼ିଥିଲା। ମୃତକଙ୍କ ବଡ଼ଭାଇ ଶଙ୍କର ଏନେଇ ଏତଲା ଦେବା ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ ସହିତ ଘଟଣାସ୍ଥଳର ଆଖପାଖରେ ରହିଥିବା ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଚଲାଇ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି। ପୂର୍ବ ଶତ୍ରୁତା ଏବଂ ଅବୈଧ ସମ୍ପର୍କକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଭିଆଇଥିବା ଅଭିଯୁକ୍ତମାନେ ବୟାନ ଦେଉଥିବା ବେଳେ ସେ ନେଇ ଅଧିକ ତଦନ୍ତ ଚାଲିଥିବା ଅତିରିକ୍ତ ଏସ୍‌ପି କହିଛନ୍ତି। ସେହିପରି ପୋଲିସକୁ ଭ୍ରମରେ ପକାଇବା ପାଇଁ ଅଭିଯୁକ୍ତମାନେ ସୁରଜଙ୍କୁ ଅନ୍ୟତ୍ର ହତ୍ୟା ପରେ ମୃତଦେହକୁ ସେଠାରେ ପକାଇ ଦେଇ ଚାଲି ଯାଇଥିବା ସ୍ବୀକାର କରିଛନ୍ତି ବୋଲି ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବରଗଡ଼ ଟାଉନ ଥାନା ଆଇଆଇସି ସତ୍ୟଜିତ୍‌ କାଣ୍ଡନକେଲ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଳପଦରରେ ରାସ୍ତାରୋକ, ଗାଡିମଟର ଚଳାଚଳ ବାଧାପ୍ରାପ୍ତ

ଅମରପାଲି,୩୦।୩(ପୀତାମ୍ବର ସାହୁ): ଜୋର ଜବରଦସ୍ତ ବିଦ୍ୟୁତ ବିଲ ସଂଗ୍ରହକୁ ବିରୋଧ କରି ଆନ୍ଦୋଳନ ତେଜିଛି। ବଦ୍ୟୁତ ବିଲ ନ ଦେବାରୁ ଟାଟାପାୱାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ...

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ...

ଆଧୁନିକ ସାହିତ୍ୟର ସର୍ବୋକୃଷ୍ଟ ଲୋକପ୍ରିୟ କଳା ହେଉଛି କଥା ସାହିତ୍ୟ

ବରଗଡ଼,୩୦ା୩(ପ୍ରେମାନନ୍ଦ ଖମାରୀ): ସମାଜ ଓ ମାନବ ଜୀବନର ଯଥାର୍ଥ ପ୍ରତିଲିପି ହେଉଛି କଥା ସାହିତ୍ୟ । ଏହା ଆଧୁନିକ ସାହିତ୍ୟର ଏକ ସର୍ବୋକୃଷ୍ଟ ଲୋକପ୍ରିୟ କଳା।...

କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ  ପ୍ରକାଶ ପାଇଛି। ସ୍କୁଲ ପରିଚାଳନା...

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ...

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି...

ଡିଜିପି ଡିସ୍କରେ ସମ୍ମାନିତ ହେବେ ନୂଆପଡ଼ା ଏସ୍‌ପି

ନୂଆପଡ଼ା,୩୦।୩:(ମକାରୁ ବେମାଲ): ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଜି ଆର୍‌ ରାଘବେନ୍ଦ୍ର ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫...

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image