ଭୁବନେଶ୍ୱର,୧୪ା୬(ଅନିଲ ଦାସ)-ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ଅଧ୍ୟକ୍ଷ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ବିଜେଡି ସରକାର ସମୟରେ ଓଏଚ୍ପିସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା ।