ଆଜି ଦାୟିତ୍ୱ ନେବେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଛନ୍ତି। ଜାନୁୟାରୀ ୧ ତାରିଖ ଅର୍ଥାତ୍‌ ଶୁକ୍ରବାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ମହାପାତ୍ର ଦାୟିତ୍ୱ ଗ୍ରହଣ କରିବେ। କୋଭିଡ କଟକକଣା ଥିବାରୁ ବିଦାୟୀ ମୁଖ୍ୟ ଶାସନ ସଚିବ ତ୍ରିପାଠୀ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି, ଜଣେ ଆଇଏଏସ୍‌ ଅଫିସର ଭାବେ ୩୦ରୁ ୩୫ ବର୍ଷ ପରେ ଏହି ପଦରେ ବସିବାର ସୌଭାଗ୍ୟ ମିଳିଥିବାରୁ ଅତ୍ୟନ୍ତ ଖୁସି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ତତ୍ତ୍ୱାବଧାନରେ କୋଭିଡ ମୁକାବିଲା କରିବାରେ ଆମେ ସଫଳ ହୋଇ ପାରିଛୁ। କୋଭିଡ ବିରୋଧରେ ଯେଉଁ ପଦକ୍ଷେପ ନିଆଗଲା ସବୁଠି ତାହାକୁ ପ୍ରଶଂସା ମିଳିଛି।
କୋଭିଡ କଟକଣା ଯୋଗୁ ମୁଖ୍ୟ ଶାସନ ସଚିବଙ୍କ ପାଇଁ ବିଦାୟକାଳୀନ ସଭା ଅନୁଷ୍ଟିତ ହୋଇ ପାରି ନ ଥିଲା। ତେବେ ସମସ୍ତ ଆଇଏଏସ, ଓଏସଏସ, ସେକ୍ରେଟାରୀଏଟ ସେବା ଅଧିକାରୀ, ସୁରକ୍ଷା କର୍ମୀମାନେ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟକୁ ଯାଇ ସାମାଜିକ ଦୂରତା ରକ୍ଷା କରି ବିଦାୟ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri