ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି କରଥିଲେ। ତେବେ ଏହି ଘଟଣାରେ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ନବୀନ ନ୍ୟାୟିକ ତଦନ୍ତ କଥା କହୁଛନ୍ତି, ତେବେ କନ୍ଧମାଳ ତଦନ୍ତ ରିପୋର୍ଟ କୁଆଡ଼େ ଗଲା। ନବୀନ ବାବୁଙ୍କ ବେଳେ ୨୪ ନ୍ୟାୟିକ ତଦନ୍ତ ହେଲା, ତାହାର ରିପୋର୍ଟ କାହିଁ’ ବୋଲି କହିଛନ୍ତି ମନ୍ତ୍ରୀ। ୨୪ ବର୍ଷର ସରକାର ଚାହିଁଥିଲେ ହିଂସାମୁକ୍ତ ଓଡ଼ିଶା ଗଠନ ହୋଇପାରିଥାନ୍ତା। ନବୀନ ଆଦର୍ଶ ଥାନା କରୁଥିଲେ, ଆମ ସରକାର ଆଦର୍ଶ ପୋଲିସ ପାଇଁ ଚେଷ୍ଟା କରିବ। -‘ନବୀନ ଯଦି ତାଙ୍କ ସମୟରେ ବୁଝୁଥାନ୍ତେ, ନାରୀ ନିର୍ଯାତନା ହୋଇନଥାନ୍ତା। ନିଜେ ରାଜଧର୍ମ ପାଳନ କଲେନି, ଏବେ ଶହେ ଦିନର ସରକାରକୁ ପାଠ ପଢ଼ାଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

 

ଅନ୍ୟପକ୍ଷେ, ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।

ଏହା ସହ
ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri