ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ

କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବାଲସି ସରପଞ୍ଚଙ୍କ ବିଷୟରେ ଆଲୋଚନା ଓ ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ ବାଲସି ପଞ୍ଚାୟତରେ ସ୍ବତନ୍ତ୍ର ସମିତି ବୈଠକ ଡକାଯାଇଥିଲା। ଏହି ବୈଠକରେ ସମଗ୍ର ବାଲସି ପଞ୍ଚାୟତର ୧୨ ଜଣ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ସରପଞ୍ଚଙ୍କ ବିରୋଧରେ ୧୧ଜଣ ଗୁପ୍ତ ଭୋଟ୍‌ ପ୍ରଦାନ କରିଛନ୍ତି। ଫଳରେ ଭାରତୀ ସୁନା ପରାଜୟ ହୋଇଥିବାରୁ ଅଞ୍ଚଳବାସୀଙ୍କ ମନରେ ଆନନ୍ଦ ଲହରି ଖେଳିଯାଇଛି। ମନରେଗା ଯୋଜନାରେ ବ୍ୟାପକ ଦୁର୍ନୀତି କରି ସାଢ଼େ ୩ ଲକ୍ଷ ଟଙ୍କା ଆତ୍ମସାତ୍‌ କରିଥିବାରୁ ସରପଞ୍ଚଙ୍କ ନାମରେ ଭିଜିଲାନ୍ସ କେସ୍‌ ମଧ୍ୟ ହୋଇଛି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ପଞ୍ଚାୟତରେ ବାଧା ସୃଷ୍ଟି କରିଥିବାରୁ ଜନସାଧାରଣ ଆଜି ଖୁସି ମନେ କରୁଛନ୍ତି।
କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତ ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଓ ବିଚାର କରି ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ ଗୁରୁବାର ପୂର୍ବାହ୍ନ ୧୧ଟାରେ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ପ୍ରାଧିକୃତ ଅଧିକାରୀ ବଳଦେବ ବେହେରା, ଓ.ପ୍ର.ସେ ତହସିଲଦାର, ନର୍ଲାଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପାଞ୍ଚାୟତ ଆଇନ ୧୯୬୪ର ଧାରା ୨୪ ଓ ଧାରା ୨୪ର (୧) ଥିବା ବ୍ୟବସ୍ଥା ଅନୁଯାୟୀ ଅନୁଷ୍ଠିତ କରିବା ପାଇଁ ସ୍ଥିର କରାଯାଇଥିଲା। ଏ ସଂକ୍ରାନ୍ତରେ ପଞ୍ଚାୟତ ଅଫିସର ଲମ୍ବୁ ଶିଖାଙ୍କୁ ପଚାରିବାରୁ ୧୨ଜଣ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ୧୧ଜଣ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିପକ୍ଷରେ ଭୋଟ୍‌ ପ୍ରଦାନ କରାଯାଇଛି। ବାଲସି ପଞ୍ଚାୟତରେ କାହାକୁ ଅସ୍ଥାୟୀ ସରପଞ୍ଚ ଭାବେ ଦାୟିତ୍ୱ ଦେବେ ତାହା ଆଜି ସନ୍ଧ୍ୟାରେ ଜିଲାପାଳ ଘୋଷଣା କରିବେ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image