୪ ମାଓବାଦୀଙ୍କ ଆତ୍ମସର୍ପଣ

ମାଲକାନଗିରି,୧୬ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ୪ ମାଓବାଦୀ ମଙ୍ଗଳବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ଜଣ କୁଖ୍ୟାତ ମହିଳା ମାଓବାଦୀ ଥିବା ବେଳେ ସେମାନେ ପ୍ରାୟ ୧୪ ବର୍ଷ ଧରି ସଂଗଠନରେ ସକ୍ରିୟ ଭାବେ କାର୍ଯ୍ୟ କରୁଥିଲେ। ସେମାନଙ୍କ ମଧ୍ୟରେ ଜଣେ ଡେପୁଟି କମାଣ୍ଡରଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ଉପରେ ୮ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା। ସେହିପରି ଆଉ ଜଣେ ମହିଳା ସେକ୍ସନ ଡେପୁଟି କମାଣ୍ଡର ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ନାମରେ ୫ ଲକ୍ଷର ପୁରସ୍କାର ଘୋଷଣା ହୋଇଥିଲା। ଏହି ୨ ମହିଳାଙ୍କ ବ୍ୟତୀତ ଅନ୍ୟ ୨ ପୁରୁଷ ମାଓବାଦୀ ପ୍ରାୟ ୧୫ ବର୍ଷ ଧରି ସଙ୍ଗଠନରେ ସକ୍ରିୟ ରହିଥିଲେ। ଅନେକ ପ୍ରମୁଖ ମାଓବାଦୀ ଘଟଣାରେ ସମ୍ପୃକ୍ତ ଥିଲେ, ଯାହାଙ୍କ ଉପରେ ମୋଟ ୭ ଲକ୍ଷର ପୁରସ୍କାର ରହିଥିଲା। ଯବାନଙ୍କ ତଲାସି ଅଭିଯାନ ପରେ ଏମାନେ ସଙ୍ଗଠନ ଛାଡ଼ିବାକୁ ନିଷ୍ପତ୍ତି ସୁକ୍‌ମା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସମସ୍ତ ଆତ୍ମସମର୍ପଣକାରୀଙ୍କୁ ସରକାରୀ ନୀତିନିୟମ ଅନୁଯାୟୀ ଥଇଥାନ କରାଯିବ ବୋଲି ସୁକ୍‌ମା ଏସ୍‌ପି ପ୍ରକାଶ ଅର୍‌ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri