ପୋଲିସ କାର୍ଯ୍ୟାଳୟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୨ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲା ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ କୁମାରୀ ହେମଲା। ଛତିଶଗଡ଼ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ଘରକୁ ଫେରିଆସ ଅଭିଯାନ’ରେ ଅନୁପ୍ରାଣିତ ହୋଇ ସେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଡିଆଇଜି, ଏସ୍‌ପି, ସିଆର୍‌ପିଏଫ୍‌ ଡିଆଇଜି ପ୍ରମୁଖଙ୍କ ଉପସ୍ଥିତିରେ ହେମଲା ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ ସରକାର ହେମଲାଙ୍କ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଆତ୍ମସମର୍ପଣ କରିଥିବା ହେମଲାଙ୍କୁ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ସମସ୍ତ ସୁବିଧା ସୁଯୋଗ ମିଳିବ ବୋଲି ଦାନ୍ତଓ୍ବୋଡା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା/ଖଡିଆଳ,୨୨ା୧୨(ମକାରୁ ବେମାଲ/ସୁଜିତ ପ୍ରଧାନ): ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦...

ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ, ଜାଣନ୍ତୁ କେଉଁ ଦିନ ହେବ ଧାନ କିଣା…

ଗଞ୍ଜାମ,୨୧ା୧୨: ଲଘୁଚାପ ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ। ଡିସେମ୍ବର ୨୩ରୁ ଗଞ୍ଜାମରେ ଧାନ ସଂଗ୍ରହ ନେଇ ତାରିଖ ଧାର୍ଯ୍ୟ ହୋଇଥିବା ବେଳେ...

ଘର ତାଲା ଖୋଲି ସୁନା-ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ, ୨୨।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମଠପଦର ସାହିରେ ଜଣଙ୍କ ଘରର ଚାବି ଖୋଲି ଦୁର୍ବୃତ୍ତ ଆଲମାରୀରୁ ସୁନା ଅଳଙ୍କାର ଓ ଅନ୍ୟ...

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ...

ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ...

ଜିଜ୍ଞାସା ବାର୍ଷିକୋତ୍ସବରେ କୃତି ଛାତ୍ରୀଛାତ୍ର ପୁରସ୍କୃତ

ଥୁଆମୂଳ ରାମପୁର,୨୨।୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ୭ତମ ଜିଜ୍ଞାସା ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧକ୍ଷ...

ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ:କ୍ଷୟକ୍ଷତି ଆକଳନ କଲେ ବିଧାୟକ

ପୁରୁଷୋତ୍ତମପୁର,୨୨।୧୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଭଲ ଧାନଫସଲ ହୋଇଥିବା ବେଳେ ଦୁଇଦିନଧରି ଚାଲିଥିବା ଲଗାଣ ବର୍ଷାରେ ଧାନ ଫସଲ ମାନ ଭଜୁଡିଯାଇଛି। ଫଳରେ...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri