ଆତ୍ମସମର୍ପଣ କଲେ ନାବାଳକ ମାଓବାଦୀ, ଯାହାଙ୍କ ନାମରେ ଘୋଷିତ ହୋଇଥିଲା ୨ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୨୧ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସ ନିକଟରେ ଛତିଶଗଡ଼ ସୁକ୍‌ମା ଜିଲାର ଜଣେ ୨ ଲକ୍ଷ ପୁରସ୍କାର ଘୋଷିତ ନାବାଳକ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ମାଲକାନଗିରି ଜିଲାକୁ ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଆସିଥିବା ବେଳେ ଏସ୍‌ପି ନିତେଶ ବାଧ୍ୱାନୀଙ୍କ ନିକଟରେ ଉକ୍ତ ନାବାଳକ ଜଣକ ଆତ୍ମସମର୍ପଣ କରିଛନ୍ତି।
ଏ ସମ୍ପର୍କରେ ଡିଆଇଜି ମୀନା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଛତିଶଗଡ ସୁକ୍‌ମା ଜିଲା ଜାଗୁରକୋଣ୍ଡା ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟ ନାବାଳକ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶା ସରକାର ତାଙ୍କ ଉପରେ ୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିବା ବେଳେ ସେ ୨୦୨୩ରେ ସିପିଆଇ(ମାଓବାଦୀ) ସଂଘରେ ଯୋଗ ଦେଇଥିଲେ। ସେ ପିଏଲ୍‌ଜିଏ ବାଟାଲିୟନ ନଂ. ୧(କମ୍ପାନୀ ନଂ. ୩ର ହିଡମା ବାଟାଲିୟନ) ପାର୍ଟି ମେମ୍ବର ଭାବେ କାର୍ଯ୍ୟ କରୁଥିଲେ। ସେ ଡିସେମ୍ବର ୨୦୨୩ରେ ଘଟିଥିବା ପୋଲିସ ଓ ମାଓବାଦୀଙ୍କ ଗୁଳି ବିନିମୟରେ ସାମିଲଥିଲେ। ଏଥିରେ ୫ ପୋଲିସ ଓ ୩ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଥିଲା।
ସେହିପରି ମେ’ ୨୦୨୪ରେ ଜିରାମଠାରେ ଘଟିଥିବା ଗୁଳି ବିନିମୟରେ ସେ ସାମିଲ ଥିଲେ। ଏହି ଗୁଳି ବିନିମୟରେ ମଧ୍ୟ ୪ ଜଣ ପୋଲିସଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ମାଓବାଦୀ ଆହତ ହୋଇଥିଲେ। ଏଥିସହ ତିମାପୁରମରେ ପିକ୍‌ଅପ୍‌ ଭ୍ୟାନକୁ ଲ୍ୟାଣ୍ଡମାଇନ୍‌ରେ ଉଡ଼ାଇବା ଘଟଣାରେ ମଧ୍ୟ ସାମିଲ ଥିଲେ। ସରକାରଙ୍କ ଥଇଥାନ ନୀତି ଅନୁଯାୟୀ, ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବା ସହ ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଡିଆଇଜି ମୀନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri