Advertisement
Categories: ଦେବଗଡ଼

ଭାଜପା ପକ୍ଷରୁ ଏସ୍‌ପି ଅଫିସ ଘେରାଉ

ଦେବଗଡ଼,୪ା୩(ଡି.ଏନ୍‌.ଏ.): ଭୁବନେଶ୍ୱରରେ ବିକ୍ଷୋଭ ବେଳେ ପୋଲିସ ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ମାଡ଼ ମାରିବା ଘଟଣା ନେଇ ଦେବଗଡ଼ ଭାଜପା ପକ୍ଷରୁ ଏସ୍‌ପି ଅଫିସ ସମ୍ମୁଖରେ ଘେରାଉ କରାଯାଇଛି। ନବ ଦାସ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ଭୁବନେଶ୍ୱର ଲୋୟର ପିଏମ୍‌ଜିଠାରେ ରାଜ୍ୟ ଯୁବ ମୋର୍ଚ୍ଚା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କରିଥିଲା। ମାତ୍ର ପୋଲିସ ଶାସକ ଦଳର ଗୁଣ୍ଡା ଭଳି ଭାଜପା ଯୁବମୋର୍ଚ୍ଚାର କର୍ମକର୍ତ୍ତାଙ୍କୁ ଆକ୍ରମଣ କରିଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହଙ୍କ ନେତୃତ୍ୱରେ ବହୁ ଦଳୀୟ କର୍ମୀ ସ୍ଥାନୀୟ ଭାଜପା କାର୍ଯ୍ୟାଳୟରୁ ଏକ ରାଲି ବାହାରି ଏସ୍‌ପି ଅଫିସ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel