ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ସୂର୍ଯ୍ୟମଣି ବୈଦ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ବିଧାୟିକା ପ୍ରାର୍ଥତ୍ନୀ ସୂର୍ଯ୍ୟମଣି ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟଳୟରେ ପହଞ୍ଚି ଥିଲେ। ପରେ ସେ ନିର୍ବାଚନ ଅଧିକାରୀ ତଥା ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହାନ୍ତଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଥିଲେ।

Share