ଯୋଡ଼ାରେ ସନ୍ଦିଗ୍ଧ ବେଲୁନ୍‌

ଯୋଡ଼ା,୨୮ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ବିଲେଇପଦା ନିକଟ ବିରିକଳାଠାରେ ଏକ ସନ୍ଦିଗ୍ଧ ବେଲୁନ ଦେଖିବାକୁ ମିଳିଛି। ଗଛରେ ବାଜି ବେଲୁନଟି ଫାଟି ତଳେ ପଡ଼ିଥିବା ବେଳେ ଏକ ଇଲେକ୍ଟ୍ରୋନିକ ଡିଭାଇସ ଝୁଲି ରହିଛି। ଏହାକୁ ଦେଖି ସମ୍ପୃକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ପାଣିପାଗ ମାପଯନ୍ତ୍ର ହୋଇଥିବା ଜଣାପଡ଼ିଥିବା ବେଳେ ଅଧିକ ତଦନ୍ତ ଜାରି ରହିଥିବା ଯୋଡ଼ା ଥାନା ଅଧିକାରୀ ଜୟନାରାୟଣ ଖଣ୍ଡେଇ ସୂଚନା ଦେଇଛନ୍ତି। ସମ୍ପୃକ୍ତ ଅଞ୍ଚଳର ରଞ୍ଜିତ ନାଏକ ଓ ସଞ୍ଜୀବ ମୁଣ୍ଡା କହିଛନ୍ତି, ସୋମବାର ସକାଳୁ ଗ୍ରାମର କେତେଜଣ ମହିଳା ମହୁଲ ସଂଗ୍ରହ କରିବା ପାଇଁ ଜଙ୍ଗଲକୁ ଯାଇଥିଲେ। ଏକ ଆମ୍ବ ଗଛ ଡାଳରେ ବେଲୁନ ଲାଗିଥିବା ଓ ଇଲେକ୍ଟ୍ରୋନିକ ଡିଭାଇସ ଝୁଲି ରହିଥିବା ଦେଖିଥିଲେ। ଏଥିରେ ଏକ ନାଲି ରଙ୍ଗର ଲାଇଟ୍‌ ଧପ୍‌ ଧପ୍‌ ହୋଇ ଜଳୁଥିଲା। ତଳେ ଏକ ଫଟା ବେଲୁନ୍‌ ମଧ୍ୟ ପଡ଼ିଥିଲା। ଖବର ପ୍ରଚାର ହେବା ପରେ ତାହାକୁ ଦେଖିବାକୁ ପ୍ରବଳ ଜନସମାଗମ ହୋଇଯାଇଥିଲା। ଖବର ପାଇ ଯୋଡ଼ା ପୋଲିସ ପହଞ୍ଚତ୍ ଗଛରୁ ବେଲୁନ ଓ ଡିଭାଇସକୁ କାଢ଼ି ଥାନାକୁ ନେଇଥିଲା। ଡିଭାଇସରେ ଇଂଲିିଶରେ ‘ୱେଥେକ୍ସ’ ଲେଖା ରହିଛି। ବିଭିନ୍ନ ବଡ଼ ଖଣି କମ୍ପାନୀ ଏହାକୁ ଛାଡ଼ି ବାୟୁ ଓ ଧ୍ୱନି ପ୍ରଦୂଷଣ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଥାଆନ୍ତି। ଏହା ରିମୋର୍ଟ ଦ୍ୱାରା ପରିଚାଳିତ ହୋଇଥାଏ। ଘଟଣାରେ ଅଧିକ ତଦନ୍ତ ଚାଲିଛି ବୋଲି ଯୋଡ଼ା ଥାନା ଅଧିକାରୀ କହିଛନ୍ତି।
ମାତ୍ର ବେଲୁନଟିକୁ କେଉଁ କମ୍ପାନୀ ଆକାଶ ମାର୍ଗକୁ ଛାଡ଼ିଥିଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଖଣି ଅଞ୍ଚଳରେ ଅନେକ ସମୟରେ ଉଡ଼ାଜାହାଜ ଏବଂ ହେଲିକପ୍ଟର୍‌ ଯା ଆସ କରିଥାଏ। ନିକଟବର୍ତ୍ତୀ ଟଣ୍ଟୋ ଏୟାର ଷ୍ଟ୍ରିପ୍‌ରେ ଏଗୁଡ଼ିକ ଅବତରଣ କରିଥାନ୍ତି। ଏହିପରି ବେଲୁନ ସ୍ବଳ୍ପ ଉଚ୍ଚତାରେ ଉଡୁଥିବାରୁ ଦୁର୍ଘଟଣାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ବେଲୁନ ଉଡ଼ାଇବା ଉପରେ ଏକ ରେଗୁଲେଟିଂ ବା ନିୟନ୍ତ୍ରିତ ବ୍ୟବସ୍ଥା ରହିବା ଉଚିତ୍‌ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri