ରାତିରେ ମା’ଙ୍କ ସହ ଶୋଇଥିଲେ ଶିଶୁପୁତ୍ର, ଉଠିଲା ବେଳକୁ…

ପାଟଣା,୧୧।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ରାଇଡ଼ିହା ପଞ୍ଚାୟତ ହରିଡ଼ା ଗୋଠ ଗ୍ରାମର ଜଣେ ୮ବର୍ଷର ଶିଶୁ ପୁତ୍ରଙ୍କ ସୋମବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି ।

ମୃତ ଶିଶୁ ପୁତ୍ର ଜଣକ ହେଉଛନ୍ତି ଗ୍ରାମର ଶାମ ମୁଣ୍ଡାଙ୍କ ପୁଅ ଦିନବନ୍ଧୁ ମୁଣ୍ଡା(୮ବର୍ଷ)। ମିଳିଥିବା ସୂଚନା ମୁତାବକ, ଦୀନବନ୍ଧୁ ରବିବାର ରାତିରେ ମା’ଙ୍କ ସହ ଘରେ ତଳେ ଶୋଇଥିଲେ। ହେଲେ ଭୋର ୪ଟାରେ ଦୀନବନ୍ଧୁଙ୍କ ପ୍ରବଳ ମୁଣ୍ଡ ବିନ୍ଧା ହୋଇଥିଲା। ପରେ ସେ ଗୁରୁତର ହୋଇପଡିଥିଲେ। ପରିବାର ଲୋକେ ସୋମବାର ସକାଳେ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦିନବନ୍ଧୁଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷେ ଶିଶୁଙ୍କ ମୁଁହରୁ ଫେଣ ବାହାରୁଥିବା ଦେଖିବାକୁ ମିଳିଛି। ଦିନବନ୍ଧୁଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ସାପ କାମୁଡାରେ ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲବାଦି ସଙ୍ଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ : ଜୟନାରାୟଣ ମିଶ୍ରଙ୍କୁ ସମର୍ଥନ

ବଲାଙ୍ଗୀର,୧୬।୩: କୋସଲ ରାଜ୍ୟ ସମନ୍ବୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ସୋମବାର ସ୍ଥାନୀୟ ଯାଦବ ଭବନ ଠାରେ ଖବରଦାତା ସମ୍ମିଳନୀ କରି ସ୍ବତନ୍ତ୍ର କୋସଲ...

ଶ୍ରୀମନ୍ଦିରରେ ସେବାୟତ ଜାଳିଲେ ମହମବତୀ: ଭିଡିଓ ଭାଇରାଲ ପରେ ତେଜିଲା ଅସନ୍ତୋଷ

ପୁରୀ,୧୬।୩: ପବିତ୍ର ଫାଲୁଗନ ମାସ ଦୋଳ ପୂର୍ଣ୍ଣିମା ଅବସରରେ ପୁରୀରେ ଚାଲିଛି ଦୋଳ ମହୋତ୍ସବ। ସାହି ସାହି ବୁଲିଛନ୍ତି ରାଧାଗୋବିନ୍ଦ। ଏହି ପରିପ୍ରେକ୍ଷୀରେ ପୁରୀରେ ଜମୁଛି...

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ।...

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା।...

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି...

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ...

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image