ବଡ଼ସାହି,୧୨ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ବିରେଶ୍ୱରପୁର ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ହଷ୍ଟେଲରେ ରହି ପାଠ ପଢ଼ୁଥିବା ସମୟରେ ହଠାତ ପେଟ ଯନ୍ତ୍ରଣା ହେବାରୁ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସଙ୍ଗେ ସଙ୍ଗେ ତାଙ୍କୁ ଡୁକୁରା ଡାକ୍ତରଖାନାରେ ଭର୍ତ୍ତି କରିଥିଲାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବଡ଼ସାହି ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏ ସଂକ୍ରାନ୍ତରେ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୫୫/୨୨) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।