ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଏଥିସହ ତାଙ୍କ ନିକଟରେ ଏକ ଦୁଇ ବର୍ଷର ଶିଶୁ ପୁତ୍ର ଗୁରୁତର ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏନେଇ ଖବର ଜଣାପଡ଼ିବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ଏହାପରେ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଶିଶୁକୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଯାଇଛି। ଅନ୍ୟପଟେ ଏଯାଏଁ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଜମ୍ବୁ ସାମୁଦ୍ରିକ ଥାନା କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ପ୍ରାଥମିକ ସୂଚନା ଅନୁସାରେ ଉକ୍ତ ମହିଳା ଜଣଙ୍କ ଏହି ଅଞ୍ଚଳର ନୁହେଁ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ଅନ୍ୟପଟେ କେହି ଦୁର୍ବୃତ୍ତ ଏହି ମହିଳାଙ୍କୁ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri