ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୧୮ା୭- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଚକମାଧପୁର ଗ୍ରାମର ଦାସ ମୁର୍ମୁଙ୍କ ପୁଅ ରଣଜିତ (୩୬)ଙ୍କର ସନ୍ଦହହଜନକ ମୃତ୍ୟୁ ହୋଇଛି। ସୋମବାର ସକାଳେ ବିଛଣାରୁ ଉଠିବା ପରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ବାରିପଦା ପିଆର୍‌ଏମ୍‌ ମେଡ଼ିକାଲକୁ ଚିକିତ୍ସା ପାଇଁ ନେଇଥିଲେ ହେଁ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ବଡ଼ସାହି ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ. ୩୭/୨୨) ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

Share