ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବଡ଼ ଅଭିଯୋଗ ଆଣିଲେ ପରିବାର ଲୋକେ

ଦିଗପହଣ୍ଡି,୨୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ିି ପଞ୍ଚାୟତ ବିରି ବାଡ଼ିଆ ଗ୍ରାମର ଚିତ୍ରସେନ ମଲ୍ଲିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଖବରପାଇ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର,ଏସ.ଆଇ ଦୁଷ୍ମନ୍ତ କୁମାର ପ୍ରଧାନ ସଦଳବଳେ ଗାଁରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ନଂ.୧୧/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

ଚିତ୍ରସେନ ବିବାହିତ। ତାଙ୍କ ୨ ଟି ସନ୍ତାନ ରହିଛି। ସ୍ତ୍ରୀ କିଛିଦିନ ହେଲା ଚିତ୍ରସେନଙ୍କ ଠାରୁ ଅଲଗା ହୋଇ ରହୁଥିଲେ। ସ୍ତ୍ରୀ ସହ ବିବାଦ କାରଣରୁ ଚିତ୍ରସେନ ମାନସିକ ଭାରସାମ୍ୟ ହରାଇ ଗାଁ ନିକଟ ଜଙ୍ଗଲରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଥିବାବେଳେ ତାଙ୍କୁ କିଛିବ୍ୟକ୍ତି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବା ପାଇଁ ତାଙ୍କୁ ଗଛରେ ଓହଳାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri