ଗୁଣିଆ ସନ୍ଦେହରେ ମାଡ଼ ମାରିବା ସହ ଏକ ପରିବାରକୁ ଗାଁରୁ ବାସନ୍ଦ କଲେ ଗ୍ରାମବାସୀ

ଦିଗପହଣ୍ଡି,୧୪ା୮: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ କମଳାପୁର ଗ୍ରାମର ମୋହନ ଚରଣ ମଲ୍ଲିକଙ୍କୁ ଗୁଣିଆ ସନ୍ଦେହରେ କିଛି ଗ୍ରାମବାସୀ ମାଡ଼ ମାରିବା ସହ ନାନା ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ୩ ଲକ୍ଷ ଟଙ୍କା ଜରିମାନା ଦେବାକୁ ଗ୍ରାମବାସୀ ଫତଓ୍ବା ଜାରି କରିଛନ୍ତି। ଜରିମାନା ଦେଇ ନ ପାରିବାରୁ ତାଙ୍କ ପରିବାର ଲୋକଙ୍କୁ ଗ୍ରାମରୁ ତଡ଼ି ଦିଆଯାଇଥିବା ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି।

ଗତ କିଛିଦିନ ବ୍ୟବଧାନରେ ଜଣେ ପରେ ଜଣେ ଏକାଧିକ ବ୍ୟକ୍ତିଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବାରୁ ଏସବୁ ମୃତ୍ୟୁ ପଛରେ ଗୁଣି ଗାରେଡ଼ି ଓ ତନ୍ତ୍ରମନ୍ତ୍ରର ପ୍ରଭାବ ବୋଲି ଗ୍ରାମବାସୀଙ୍କ ମନରେ ସନ୍ଦେହ ବସା ବାନ୍ଧିଛି। ଏନେଇ ଗ୍ରାମସଭା କରାଯାଇ କିଛି ଗ୍ରାମବାସୀ ମୋହନଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେବା କାରଣରୁ ତାଙ୍କ ସ୍ବାମୀ ଜୀବନ ବିକଳରେ କେଉଁ ଆଡ଼େ ଫେରାର ହୋଇଯାଇଥିବା ନେଇ ସ୍ତ୍ରୀ ସୁଶୀଳା ବୁଧବାର ତାଙ୍କ ସମ୍ପର୍କୀୟଙ୍କ ସହ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଘଟଣାର ତଦନ୍ତ ଚାଲିଥିବା ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି। ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri