‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ: ୩୦ ହଜାର ଶିଶୁ ଉପକୃତ ହେବା ଲକ୍ଷ୍ୟ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବେଦାନ୍ତ ‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ କରିଛି। ଭବାନୀପାଟଣା ସହରସ୍ଥିତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ମନ୍ଦିରଠାରେ ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟ ସହଯୋଗରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ ପୂର୍ବତନ ଆୟୁର୍ବେଦିକ ବିଭାଗର ଜିଲା ଚିକିତ୍ସା ଅଧିକାରୀ ଡାକ୍ତର ଅଯୋଧ୍ୟାନାଥ ବେହେରା, ଜିଲା ସହକାରୀ ଚିକିତ୍ସାଧିକାରୀ ଡାକ୍ତର ଅକ୍ଷୟ କାଣ୍ଡ, ଡାକ୍ତର ରାଜକୁମାର ମେହେର ଓ ସ୍ଥାନୀୟ ସ୍କୁଲର ପ୍ରଧାନ ଶିକ୍ଷକ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ଟିକା ଦିଆଯାଇଥିଲା। ବେଦାନ୍ତ ଆଲୁମିନିୟମ କଳାହାଣ୍ଡି ଜିଲାରେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିବା ସହ ଆଉ ଦୁଇଟି ଜିଲା ରାୟଗଡ଼ା ଓ କୋରାପୁଟକୁ ସହାୟତା ଯୋଗାଇଦେବାକୁ ଯୋଜନା କରିଛି। ‘ସ୍ବର୍ଣ୍ଣ ପ୍ରାଶନ’ କାର୍ଯ୍ୟକ୍ରମ ସାମୂହିକ ମୂଲ୍ୟବୋଧକୁ ସମ୍ମାନ ଦେବା ସହିତ ଶିଶୁ ସାସ୍ଥ୍ୟରେ ଉନ୍ନତି ଆଣିବା ପାଇଁ ଆମର ସମର୍ପଣକୁ ପ୍ରତିଫଳିତ କରେ ବୋଲି ବେଦାନ୍ତ ଆଲୁମିନିୟମର ସିଇଓ ସୁନୀଲ ଗୁପ୍ତା କହିଛନ୍ତି। ସେହିପରି ଓଡ଼ିଶା ସରକାର ଓ ଆୟୁଷ ମନ୍ତ୍ରଣାଳୟ ସହ ଆମର ଭାଗିଦାରୀ ମାଧ୍ୟମରେ ଆମେ ୨୦୨୪ ସୁଦ୍ଧା କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ା ଆଦି ୩ ଜିଲାରେ ଶିଶୁଠାରୁ ଆରମ୍ଭ କରି ୧୭ ବର୍ଷ ବୟସ ପର୍ଯ୍ୟନ୍ତ ୩୦ ହଜାର ଶିଶୁଙ୍କୁ ଉପକୃତ କରିବା ପାଇଁ ସ୍ବର୍ଣ୍ଣ ପ୍ରାଶନ କାର୍ଯ୍ୟକ୍ରମକୁ ବିସ୍ତାର କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ବେଦାନ୍ତ ଆଲୁମିନିୟମର ବକ୍ସାଇଟ ମାଇନ୍ସର ସିଇଓ ନୀତିନ କୁମାର ତିୱାରୀ ପ୍ରକାଶ କରିଛନ୍ତି। ସ୍ବର୍ଣ୍ଣ ପ୍ରାଶନ କାର୍ଯ୍ୟକ୍ରମ ଦ୍ୱାରା ଶିଶୁମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଓ ଜ୍ଞାନ ଶକ୍ତି ବୃଦ୍ଧିରେ ସହାୟତା କରିବ ବୋଲି ଜିଲା ଚିକିତ୍ସା ଅଧିକାରୀ ଡାକ୍ତର ଅଯୋଧ୍ୟାନାଥ ବେହେରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ପର୍ଯ୍ୟଟନ ଦିବସ: ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା-ପ୍ରଶାସନ

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ଏଥିପାଇଁ ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡିର...

କଳାହାଣ୍ଡି ବିଜୟୀ, ଦ୍ୱିତୀୟ ମ୍ୟାଚ୍‌ରେ ବର୍ଷା ବାଧା

ବରଗଡ଼, ୨୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ...

ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ...

ଜୈବିକ ଚାଷର ପ୍ରଣାଳୀ ଶିଖିଲେ ଛାତ୍ରୀ

ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶିଖିଲେ ଜୈବିକ ଚାଷର ପ୍ରଣାଳୀ ଓ ପଦ୍ଧତି।...

ସ୍ବଚ୍ଛ ଭାରତ ମିଶନରେ ଉତ୍ତମ ପ୍ରଦର୍ଶନ: ରାଜ୍ୟସ୍ତରରେ ଚମାଖଣ୍ଡି ପଞ୍ଚାୟତ ସମ୍ମାନିତ

ଛତ୍ରପୁର,୨୭।୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ରାଜ୍ୟ ସ୍ତରରେ ଆୟୋଜିତ ସଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ସ୍ବଚ୍ଛ...

ଶିକ୍ଷକ ବଦଳି ପ୍ରତିବାଦରେ ହାଇସ୍କୁଲରେ ତାଲା

ଅମରପାଲି,୨୭।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ହାଇସ୍କୁଲରେ ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ମାରି ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର ଓ...

ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ୧୩ ବ୍ଲକରେ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କର୍ମୀମାନଙ୍କୁ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ହେବ ଦରମା ଟଙ୍କା ମିଳିନାହିଁ।...

ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri