କନ୍ଦମୂଳ ଖାଉଥିଲେ…

ଆମ ଭିତରୁ ଅନେକେ କନ୍ଦମୂଳ ଖାଇବାକୁ ବହୁତ ଭଲ ପାଇଥାନ୍ତି। ଏହା ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍‌ ଉପକାରୀ ମଧ୍ୟ ହୋଇଥାଏ। କାରଣ ଏଥିରେ ଭରିରହିଥାଏ ଭିଟାମିନ୍‌ ବି୬, ସି, ମିନେରାଲ୍ସ ଓ ଆଣ୍ଟି ଅକ୍ସିଡାଣ୍ଟ ଇତ୍ୟାଦି। କୁହାଯାଏ, କନ୍ଦମୂଳ ଖାଇବା ଦ୍ୱାରା ଆଖି ଭଲ ରହିଥାଏ। ଦୃଷ୍ଟିଶକ୍ତି ବି ବୃଦ୍ଧି ପାଇଥାଏ। ଏଥିରେ ଫାଇବର୍‌ ରହୁଥିବାରୁ କୋଲେଷ୍ଟ୍ରଲ୍‌କୁ କମ୍‌ କରିବାରେ ମଧ୍ୟ ଏହା ସହାୟକ ହୋଇଥାଏ। ବ୍ଲଡ୍‌ ପ୍ରେଶର୍‌କୁ ନିୟନ୍ତ୍ରଣରେ ରଖିବାରେ ବି ଏହା ବେଶ୍‌ ସାହାଯ୍ୟ କରିଥାଏ। ଶରୀରରେ ଆଇରନ୍‌ର ମାତ୍ରା କମ୍‌ ରହୁଥିଲେ କନ୍ଦମୂଳର ସେବନ ଲାଭଦାୟକ ହୋଇଥାଏ। କୁହାଯାଏ, କନ୍ଦମୂଳ ଖାଇବା ଦ୍ୱାରା ଶରୀରକୁ ଶକ୍ତି ମିଳିଥାଏ। ସେହିପରି ପାଚନ କ୍ର୍ରିୟାକୁ ସକ୍ରିୟ କରିବାରେ ବି କନ୍ଦମୂଳର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଥାଏ। ଏହା କୋଷ୍ଠକାଠିନ୍ୟ ସମସ୍ୟାରୁ ବି ଅନେକାଂଶରେ ମୁକ୍ତି ଦେଇଥାଏ। ଖାସ୍‌କରି ଛୋଟପିଲାଙ୍କୁ କନ୍ଦମୂଳ ଖାଇବା ଦେବା ବେଶ୍‌ ଉପକାରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଚାହୁଁଥିଲେ…

କୁହାଯାଏ, ବାସ୍ତୁ ଅନୁଯାୟୀ ପିଲାମାନଙ୍କ ରୁମ୍‌ ହୋଇଥିଲେ ସେମାନଙ୍କୁ ଭଲ ନିଦ ହେବା ସହ ସେମାନଙ୍କ ସ୍ମରଣ ଶକ୍ତି ପ୍ରଖର ହୋଇଥାଏ। ଏଥିସହିତ ପାଠପଢା ପାଇଁ...

ଏମିତି ଝିଅଙ୍କୁ ଭୁଲ୍‌ରେ କରନ୍ତୁ ନାହିଁ ବିବାହ: ରାତାରାତି ବିଗିଡ଼ିଯିବ …

ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି...

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା...

କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ...

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା...

ଓଜୋନ ସୁରକ୍ଷା, ଜୀବନ ରକ୍ଷା

ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ...

ମୁଖ ଦୁର୍ଗନ୍ଧ ହେଉଛି କି?

ଅନେକଙ୍କଠାରେ ମୁଖରୁ ଦୁର୍ଗନ୍ଧ ବାହାରିବା ସମସ୍ୟା ଦେଖାଯାଇଥାଏ। ବେଳେବେଳେ ଏହି ସମସ୍ୟା ସେମାନଙ୍କୁ ଅନେକ ଅସୁବିଧାରେ ପକାଇଥାଏ। କାହା ସହ କଥା ହେଲାବେଳେ ସେମାନଙ୍କୁ ବେଶ୍‌...

ଭୁଲ୍‌ରେ ବି ଏହି ଦିନ ପାଦରୁ କାଢ଼ନ୍ତୁନି ପୁରୁଣା ଝୁଣ୍ଟିଆ

ଭାରତୀୟ ସଂସ୍କୃତିରେ ବିବାହିତା ମହିଳା ପାଦ ଆଙ୍ଗୁଠିରେ ରୁପାର ଝୁଣ୍ଟିଆ ପିନ୍ଧିବାର ପରମ୍ପରା କାହିଁ କେଉଁକାଳରୁ ଚାଲିଆସିଛି। କାରଣ ରୁପାର ସମ୍ପର୍କ କୁଆଡ଼େ ଚନ୍ଦ୍ର ଊର୍ଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri