ରାଜଧାନୀରେ ମିଠା ଦୋକାନୀଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଘଟିଛି ନିର୍ମମ ହତ୍ୟାକାଣ୍ଡ। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁରସ୍ଥିତ ଦୁର୍ଗାମଣ୍ଡପ ନିକଟରେ ଜଣେ ମିଠା ଦୋକାନୀଙ୍କୁ ହତ୍ୟା କରିଛନ୍ତି ଜଣେ ମିଠା ଦୋକାନୀ। ଧାରୁଆ ଅସ୍ତ୍ରରେ ମିଠା ଦୋକାନୀଙ୍କୁ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହାପରେ ଉତ୍ତ୍ୟକ୍ତ ଲୋକ ଭୁବନେଶ୍ୱର-ପୁରୀ ରାସ୍ତାକୁ ଅବରୋଧ କରିଥିଲେ। ଖବରପାଇ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ପୋଲିସ ଘଟଣାର ତଦନ୍ତ ଚଳାଇଛି।

Share