Posted inଖେଳ

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ୍‌ ଫାଇନାଲ୍‌ ମ୍ୟାଚ୍‌: ଯୁବରାଜଙ୍କ ଭବିଷ୍ୟବାଣୀ

ନ୍ୟୁୟର୍କ,୨।୬: ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ହୋଇଛି। ଭାରତୀୟ ଦଳ ଦ୍ୱିତୀୟଥର ପାଇଁ ଟି-୨୦ ଚାମ୍ପିୟନ ହେବାକୁ ଆସିଛି। ଜୁନ ୫ରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତ ପ୍ରଥମ ମ୍ୟାଚ ଖେଳିବ। ଏହା ପରେ ଦଳକୁ ଜୁନ ୯ରେ ପାକିସ୍ତାନ, ଜୁନ ୧୨ରେ ଆମେରିକା ଏବଂ ଜୁନ ୧୫ରେ କାନାଡା ସହିତ ମୁହାଁମୁହିଁ ହେବାକୁ ପଡିବ। ତେବେ ବିଶ୍ୱକପ ଜିତିବା ଯାତ୍ରା ଟିମ ଇଣ୍ଡିଆ ପାଇଁ ସହଜ ହେବ ନାହିଁ। ଭାରତକୁ ଅନେକ ଆହ୍ବାନର ସମ୍ମୁଖୀନ ହେବାକୁ ପଡିବ। ୨୦୦୭ରେ ଭାରତୀୟ ଦଳ ଟି-୨୦ ଚାମ୍ପିୟନ ଏବଂ ୨୦୧୧ରେ ଦିନିକିଆ ଚାମ୍ପିୟନ ହୋଇଥିବା ଯୁବରାଜ ସିଂ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳକୁ ସଫଳତା ମନ୍ତ୍ର ଦେଇଛନ୍ତି। ଏହାସହ ଓ୍ବେଷ୍ଟଇଣ୍ଡିଜ୍‌-ଭାରତ କିମ୍ବା ପାକିସ୍ତାନ ମଧ୍ୟରେ ଫାଇନାଲ୍‌ ମ୍ୟାଚ୍‌ ହେବ ବୋଲି ସେ ଭବିଷ୍ୟବାଣୀ କରିଛନ୍ତି।
ଯୁବରାଜ ବିଶ୍ୱାସ କରନ୍ତି, ଭାରତୀୟ ଦଳରେ କୌଶଳ ଏବଂ ଆତ୍ମବିଶ୍ୱାସର ଅଭାବ ନାହିଁ ଏବଂ ଯଦି ଟି-୨୦ ବିଶ୍ୱକପ୍‌ରେ ବିରୋଧୀ ଦଳ ଉପରେ ଧ୍ୟାନ ଦେବା ପରିବର୍ତ୍ତେ ଏହାର ସାମର୍ଥ୍ୟକୁ ଖେଳିଥାଏ, ତେବେ ଆଇସିସି ଟ୍ରଫି ଜିତିବା ପାଇଁ ଏହାର ଦୀର୍ଘ ଅପେକ୍ଷା ଶେଷ ହୋଇପାରେ। ଭାରତ ଶେଷ ଥର ପାଇଁ ୨୦୧୩ରେ ଚାମ୍ପିଅନ୍ସ ଟ୍ରଫି ଆକାରରେ ଆଇସିସି ଟୁର୍ନାମେଣ୍ଟ ଜିତିଥିଲା। ଏହାର ଦୁଇ ବର୍ଷ ପୂର୍ବରୁ ଯୁବରାଜଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଭାରତ ଦିନିକିଆ ବିଶ୍ୱକପ ଜିତିଥିଲା। ୨୦୦୭ରେ ମଧ୍ୟ ଭାରତ ପ୍ରଥମ ଟି-୨୦ ବିଶ୍ୱକପ ଜିତିଥିଲା ଯେଉଁଥିରେ ଇଂଲଣ୍ଡ ବିପକ୍ଷ ଲିଗ ମ୍ୟାଚରେ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ଯୁବରାଜ ୬ଟି ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୪ ବର୍ଷ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ...

IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ

ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ...

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri