Posted inଖେଳ

ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ

ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍‌ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ପରାସ୍ତ କରିଛି ଭାରତୀୟ ଟିମ୍। ୨୯ ରେ ବାରବାଡୋସରେ ଦକ୍ଷିଣ ଆଫ୍ରିକା ସହିତ ଟାଇଟଲ୍ ପାଇଁ ଲଢେଇ କରିବ।

ଟିମ୍ ଇଣ୍ଡିଆ ୧୦ ବର୍ଷ ପରେ ଟି -୨୦ ବିଶ୍ୱକପ୍ ଫାଇନାଲକୁ ଉନ୍ନୀତ ହୋଇଛି। ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ରୋହିତ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଟସ ହରି ବ୍ୟାଟିଂ ପାଇଁ ଡାକରା ପାଇ ଭାରତ ୨୦ ଓଭରରେ ମୋଟ ୧୭୧ ରନ୍ କରିଥିଲା। ଭାରତ ୫.୨ ଓଭରରେ ୪୦ ରନ୍ କରି ସଂଘର୍ଷ କରୁଥିବା ବେଳେ ରୋହିତ ଏବଂ ସୂର୍ଯ୍ୟକୁମାର ୭୩ ରନ ଦୃଢ ଭାଗିଦାରୀ କରିଥିଲେ।

ରୋହିତ ୩୯ ବଲ୍ରୁ ୫୭ ରନ୍ କରିଥିବାବେଳେ ସୂର୍ଯ୍ୟକୁମାର ୩୬ ବଲରେ ୪୭ ରନ୍ କରିଥିଲେ। ଦ୍ୱିତୀୟ ଇନିଂସରେ ଅକ୍ଷର ପଟେଲ ୨୩ ରନ ବ୍ୟୟ କରି ୩ ୱିକେଟ୍ ନେଇ ଇଂଲଣ୍ଡର ମେରୁଦଣ୍ଡ ଦୋହଲାଇ ଦେଇଥିବା ବେଳେ କୁଲଦୀପ ଯାଦବ ମଧ୍ୟ ୪ ଓଭରରେ ୧୯ ରନ୍ ବ୍ୟୟ କରି ୩ ୱିକେଟ୍ ସଂଗ୍ରହ କରିଥିଲେ। ଇଂଲଣ୍ଡ ପାଇଁ ହାରି ବୃକ ସର୍ବାଧିକ ୨୫ ରନ୍ ସ୍କୋର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri