Posted inଖେଳ

ବାଂଲାଦେଶରୁ ୟୁଏଇକୁ ସ୍ଥାନାନ୍ତର ହେଲା ଟି୨୦ ବିଶ୍ୱକପ

ଦୁବାଇ,୨୦ା୮:ବାଂଲାଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ ମହିଳା ଟି୨୦ କ୍ରିକେଟ ବିଶ୍ୱକପକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌(ଆଇସିସି)। ଦେଶରେ ହିଂସାକାଣ୍ଡ ଚରମ ସୀମାରେ ପହଞ୍ଚିଥିବା ବେଳେ ବିଶ୍ୱକପକୁ ୟୁଏଇକୁ ସ୍ଥାନାନ୍ତର କରି ଦିଆଯାଇଛି। ଅକ୍ଟୋବର ୩ରୁ ୨୦ ତାରିଖ ମଧ୍ୟରେ ହେବାକୁ ଥିବା ଏହି ଟୁର୍ନାମେଣ୍ଟର ସମସ୍ତ ମ୍ୟାଚ୍‌ ବର୍ତ୍ତମାନ ଦୁବାଇ ଓ ସାରଜାରେ ଖେଳୋଯିବ। ଆଇସିସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଓଫ୍‌ ଆଲାର୍ଡିସ୍‌ ବିଶ୍ୱକପ ସ୍ଥାନାନ୍ତର ସମ୍ପର୍କରେ ଘୋଷଣା କରିଛନ୍ତି।

ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ଏକ ଚମତ୍କାର ଇଭେଣ୍ଟ ଆୟୋଜନ କରିଥାନ୍ତା ଏହା ନିଃସନ୍ଦେହ। ମାତ୍ର ନୂତନ ସରକାରଙ୍କ ପକ୍ଷରୁ ଅନେକ ଦେଶ ଉପରେ ଯାତ୍ରା କରିବା ପାଇଁ ସର୍ତ୍ତ ଲାଗୁ କରାଯାଇଛି। ଏହା ଟୁର୍ନାମେଣ୍ଟକୁ ସୂଚାରୁ ଭାବରେ ପରିଚାଳନା କରିବାରେ ବାଧା ସୃଷ୍ଟି କରିଥିଲା। ଫଳସ୍ବରୂପ ଅନ୍ୟ ସମସ୍ତ ବିକଳ୍ପ ଉପରେ ବିଚାର କରାଯାଇ ଟୁର୍ନାମେଣ୍ଟ ୟୁଏଇକୁ ସ୍ଥାନାନ୍ତର କରାଗଲା। ବାଂଲାଦେଶ ଆଧିକାରିକ ଭାବରେ ଆୟୋଜକ ରହିଲେ ମଧ୍ୟ ଏମିରେଟ୍ସ କ୍ରିକେଟ ବୋର୍ଡ ଏହାକୁ ଆୟୋଜନ କରିବ। ଆଗାମୀ ଦିନରେ ବାଂଲାଦେଶରେ ସ୍ଥିତି ସୁଧୁରିବା ପରେ ଅନ୍ୟ ଏକ ବଡ ଟୁର୍ନାମେଣ୍ଟ ଆୟୋଜନ କରାଯିବ ବୋଲି ଆଇସିସି ପ୍ରକାଶ କରିଛି।

ହିଂସା ଓ ସରକାରରେ ଅସ୍ଥିରତା କାରଣରୁ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଦେଶ ଛାଡି ପଳାୟନ କରିଥିବା ବେଳେ ଦେଶର ଆଇନ ଶୃଙ୍ଖଳା ଉପରେ ଏହାର ଗଭୀର ପ୍ରଭାବ ପଡିଛି। ବାଂଲାଦେଶ କ୍ରିକେଟ ବୋର୍ଡ ମୁଖ୍ୟ ନଜମୁଲ ହସନଙ୍କୁ ପଦ ଛାଡିବା ପାଇଁ କୁହାଯାଇଥିବା ବେଳେ ଚେୟରମ୍ୟାନ୍‌(ଅପରେସନ୍ସ) ଜଲାଲ ୟୁନୁସ ସୋମବାର ପଦରୁ ଇସ୍ତଫା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri