ଟେବୁଲ ଟେନିସ୍‌: ଜାତୀୟସ୍ତରକୁ ମନୋନୀତ ହେଲେ ଅଭିଷେକ

ପଟ୍ଟାଙ୍ଗି,୪।୧୧(ଶରତ ଧଳ): ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଖେଳ ଶିକ୍ଷକଙ୍କ ମାର୍ଗଦର୍ଶନ ଯୋଗୁ ବ୍ଲକରୁ ଜିଲା ଏବଂ ପୁଣି ଏବେ ଜାତୀୟସ୍ତରରେ ପହଞ୍ଚିବା ସମ୍ଭବ ହୋଇପାରିଛି ବୋଲି ଜିଲାସ୍ତରୀୟ ଟେବୁଲ ଟେନିସ ଖେଳରେ ଭାଗ ନେଇ କୃତିତ୍ୱ ହାସଲ କରିଥିବା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ନବମ ଶ୍ରେଣୀ ଛାତ୍ର ଅଭିଷେକ ଦୋରା ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ପୁକାଲି ନୋଡ଼ାଲ ହାଇସ୍କୁଲର ନବମ ଶ୍ରେଣୀ ଛାତ୍ର ଅଭିଷେକ ଦୋରା, ଶଙ୍କର ଲିୟା ଓ ନାଗେଶ ପାମିୟା ପ୍ରମୁଖ ଦାମନଯୋଡିରେ ହୋଇଥିବା ଜିଲାସ୍ତରୀୟ ଟେବୁଲ ଟେନିସ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିଲେ। ପରେ ଗତ ୨ରୁ ୪ ତାରିଖରେ ବଲାଙ୍ଗୀରରେ ହୋଇଥିବା ରାଜ୍ୟସ୍ତରୀୟ ଟେବୁଲ ଟେନିସ ପ୍ରତିଯୋଗୀତାରେ ଭାଗ ନେଇ ସଫଳତା ଅର୍ଜନ କରିଛନ୍ତି। ବର୍ତ୍ତମାନ ନଭେମ୍ବର ତୃତୀୟ ସପ୍ତାହରେ ଦାମନଡିୟୁରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗୀତାରେ ଭାଗ ନେବାକୁ ଅଭିଷେକ ମନୋନୀତ ହୋଇଛନ୍ତି।

ଏହାକୁ ନେଇ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏପରିକି ବିଭିନ୍ନ ମହଲରେ ଅଭିଷେକଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଆସନ୍ତା ତୃତୀୟ ସପ୍ତାହରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗୀତା ପାଇଁ ଅଭିଷେକ ପ୍ରାକ୍ଟସ୍‌କୁ ଗୁରୁତ୍ୱ ଦେଇଛନ୍ତି। ଟେବୁଲ ଟେନିସର ରାଜ୍ୟ ଅଧିକାରୀ ଚନ୍ଦ୍ରଶେଖର ପଟ୍ଟନାୟକ ଏବଂ ବିଦ୍ୟାଳୟର ଖେଳ ଶିକ୍ଷକ ଅର୍ଜୁନ ଦାସଙ୍କ ନେତୃତ୍ୱରେ ଅଭିଷକ ପ୍ରସ୍ତୁତିକୁ ଜୋରଦାର କରୁଛନ୍ତି। ଅଭିଷେକଙ୍କ ଜାତୀୟସ୍ତରକୁ ମନୋନୀତ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ପ୍ରେରଣା ଯୋଗାଇବ ବୋଲି ପ୍ରଧାନ ଶିକ୍ଷୟିତ୍ରୀ ଦୀପଶିଖା ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri