Tag Archives: Home

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ପୋଲିସ

ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ମଙ୍ଗଳବାର ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାକେଶ ଡନସନାଙ୍କୁ ପୋଲିସ ବଲାଙ୍ଗୀର ଜିଲା...

ବିଭିନ୍ନ ଦାବି ନେଇ ଗର୍ଜିଲା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୨।୧(ସନ୍ତୋଷ ପାଢ଼ୀ): ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ଗୁଡିକର ସମାଧାନ ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ଗଞ୍ଜାମ ଜ଼ିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି ଦାବିଗୁଡିକ ମଧ୍ୟରେ ଧାନ ମଣ୍ଡି...

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି ୪ ଅଭିଯୁକ୍ତ। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଦେଉଳି ରେଞ୍ଜ ତଥା ଝାରପୋଖରିଆ...

ଖୋଲିବ ଗୁମର, ଫସିବେ ବବି !

ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଭାଜପା ବିଧାୟକ ପଦ୍ମଲୋଚନ ପଣ୍ଡା ଏନେଇ କିଛି ଭିତିରି କଥା...

ଭାରତ ସହ ପଙ୍ଗା ନେଉଥିଲା ବାଂଲାଦେଶ, ହେଲେ ଟ୍ରମ୍ପଙ୍କ ଗୋଟିଏ ନିଷ୍ପତ୍ତିରେ ଛାନିଆ ହୋଇଗଲେ ୟୁନୁସ୍‌

ଓ୍ବାଶିଂଟନ୍‌,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆମଦାନୀ ଶୁଳ୍କ ନିଷ୍ପତ୍ତି ବିଶ୍ୱ ବାଣିଜ୍ୟରେ ହଇଚଇ ସୃଷ୍ଟି କରିଛି। ବିଶେଷକରି ବାଂଲାଦେଶର ଗାର୍ମେଣ୍ଟ ଇଣ୍ଡଷ୍ଟ୍ରି ଏହି ନିଷ୍ପତ୍ତି ଯୋଗୁ ଗଭୀର ସଙ୍କଟରେ ପଡ଼ିଛି। ବାଂଲାଦେଶ ଆମେରିକାକୁ ପ୍ରଚୁର ପରିମାଣରେ ପୋଷାକ ଯୋଗାଇଥାଏ।...

ଟ୍ରମ୍ପଙ୍କ ଆଉ ଏକ ବଡ଼ ନିଷ୍ପତ୍ତି, ଚିନ୍ତାରେ ପଡ଼ିଲାଣି ଭାରତ

ଓ୍ବାଶିଂଟନ,୨୨ା୧: ଡୋନାଲ୍ଡ ଟ୍ରମ୍ପ ଜାନୁଆରୀ ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ନେବାର କିଛି ସମୟ ପରେ, ସେ ଅନେକ ବଡ଼ ନିଷ୍ପତ୍ତି ନେଇଥିଲେ ଯାହା ବିଶ୍ୱକୁ ଚକିତ କରିଦେଲା। ରାଷ୍ଟ୍ରପତି ହେବା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି ତାହାକୁ ୩ ହଜାର ଟଙ୍କା କରିବା ପରେ ଭତ୍ତା ବଢାଇବା ନେଇ ପୁଣି...

ମୃତ୍ୟୁ ପର୍ଯ୍ୟନ୍ତ ମୋଦିଙ୍କ ହାତ ଛାଡିବି ନାହିଁ: କାହିଁକି ଏମିତି କହିଲେ ମାନଝୀ

ପାଟନା,୨୨।୧: ମୋଦି କ୍ୟାବିନେଟ ଛାଡିବା ଗୁଜବ ଉପରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ମନ୍ତ୍ରୀ ଜିତନ ରାମ ମାନଝୀ ମୁହଁ ଖୋଲିଛନ୍ତି। ସେ ମିଥ୍ୟା ଖବର ପ୍ରସାରଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବିଷୟରେ ମଧ୍ୟ କହିଛନ୍ତି। ଜିତନ...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ ମିଳିତ ଭାବେ ତାଲା ପକାଇ ବାହାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସମ୍ପୃକ୍ତ ବିଦ୍ୟାଳୟରେ...

ଭୟରେ ଟ୍ରମ୍ପ! ଚାଇନାର ଉଡିଲା ହୋସ୍‌, ମୋଦି ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୨।୧: ଦାୟିତ୍ୱ ନେବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବ୍ରିକ୍ସ (ବ୍ରାଜିଲ, ଋଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା) ଦେଶଗୁଡ଼ିକ ଉପରେ ୧୦୦ପ୍ରତିଶତ ଆମଦାନୀ ଶୁଳ୍କ ଲାଗୁ କରିବାକୁ ଚେତାବନୀ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଯଦି...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆଧାନକାର୍ଡର...

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ ପିଜି ଛାତ୍ରୀଛାତ୍ରୀ ଯୋଗଦେଇଥିଲେ। ଅଧ୍ୟକ୍ଷ ନୀଳାଞ୍ଚଳ ପଟେଲ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image