Tag Archives: Home Middle

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି ସର୍ବସମ୍ମତି କ୍ରମେ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର ଅର୍ଥାତ୍‌ ଅକ୍ଟୋବର ୧୭ରେ...

ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍‌, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ ଦାବି କରିଛନ୍ତି। ସେ କହିଛନ୍ତି ଯେ ଯଦି ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ)...

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଜମ୍ମୁ କଶ୍ମୀର ରାଜ୍ୟପାଳ ମନୋଜ ସିହ୍ନା...

କାନାଡା ସମ୍ପର୍କ ତୁଟିଲା

ଖଲିସ୍ତାନ ସପକ୍ଷବାଦୀ ନେତା ତଥା ଭାରତ ପକ୍ଷରୁ ଆତଙ୍କବାଦୀ ଘୋଷିତ ହୋଇଥିବା ହରଦୀପ ସିଂ ନିଜ୍ଜାର ହତ୍ୟା ଘଟଣାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ରାଷ୍ଟ୍ର ମଧ୍ୟରେ କୂଟନୈତିକ ସମ୍ପର୍କ ତିକ୍ତ...

ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ବେଙ୍ଗାଲୁରୁ, ୧୬।୧୦ (ପି.ଟି.):ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ପ୍ରଥମ କ୍ରିକେଟ ଟେଷ୍ଟ ବୁଧବାର ଏଠାରେ ଆରମ୍ଭ ହେବ। ସିରିଜରେ ୩ଟି ଟେଷ୍ଟ ଖେଳାଯିବାକୁ ଥିବାବେଳେ ଭଲ ଫର୍ମ ବଜାୟ ରଖିବା ଲକ୍ଷ୍ୟରେ ରହିଛନ୍ତି ଭାରତୀୟ ଦଳର ଦୁଇ...

ହାଇକମାଣ୍ଡଙ୍କ ବଡ ନିଷ୍ପତ୍ତି: ଓମାର ଅବଦୁଲ୍ଲା ସରକାରରେ ସାମିଲ ହେବନି କଂଗ୍ରେସ

ନୂଆଦିଲ୍ଲୀ,୧୬।୧୦: ଜମ୍ମୁ-କଶ୍ମୀର ରାଜନୀତିରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଆଜି ନ୍ୟାଶନାଲ କନଫରେନ୍ସର ଓମାର ଅବଦୁଲ୍ଲା ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ କଂଗ୍ରେସ ହାଇକମାଣ୍ଡ ବଡ ନିଷ୍ପତ୍ତି ନେଇଛନ୍ତି। ଓମାର ଅବଦୁଲ୍ଲା ସରକାରରେ କଂଗ୍ରେସ...

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା) :ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ...

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ ଜବତ କରିଛି। ମୃତଦେହକୁ ଭଟଲି ରେଞ୍ଜ ଅଫିସରେ ରଖାଯାଇଛି। ବୁଧବାର ମୃତବାଘର...

ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା...

ଲଢ଼ିଲେ ଗନ୍‌ମ୍ୟାନ, ନିସ୍ତୁକ ମାଡ଼ ଖାଇ ବଞ୍ଚାଇଦେଲେ ୩୮ ଲକ୍ଷ ଟଙ୍କା, ଖସିଗଲେ ୨ ଲୁଟେରା

କେନ୍ଦୁଝର,୧୫।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ନିକଟରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏଟିଏମ କାଉଣ୍ଟରରେ ଟଙ୍କା ଭରିବାକୁ ଯାଉଥିବା ଏକ ଭ୍ୟାନରୁ ଟଙ୍କା ଲୁଟ ଉଦ୍ୟମ ବିଫଳ ହୋଇଛି। ତିନି ଜଣ ଦୃର୍ବୁତ୍ତ ଏହି ଟଙ୍କା ଲୁଟ...

ଭାଜପାକୁ ମେଣ୍ଟ ଟେନଶନ, ଫାଇନାଲ ହୋଇପାରୁନି ସିଟ ଶେୟାରିଂ, ନୀତିଶ କଲେଣି ବଡ଼ ପ୍ଲାନ

ନୂଆଦିଲ୍ଲୀ,୧୫।୧୦: ହରିୟାଣା, ଜମ୍ମୁ କଶ୍ମୀର ନିର୍ବାଚନ ପରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡର ନିର୍ବାଚନ ନେଇ ବିଗୁଲ୍‌ ବାଜି ସାରିଛି। ନିର୍ବାଚନ ଘୋଷଣା ହେବା ସହ ରାଜନୈତିକ ତାତି ବି ଶିଖର ଛୁଇଁଛି। ଏବେ ନୂଆ ନୂଆ ଭାଜପା ହରିୟାଣାରେ ହ୍ୟାଟ୍ରିକ...

ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍‌ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri