Tag Archives: Home Middle

ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଚେନ୍ନାଇ, ୧୮।୧୦: ଡିଆର୍‌ଡିଓକୁ ରବିବାର ପୁଣି ଏକ ସଫଳତା ମିଳିଛି। ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ରୁଏଜ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି। ଆଇଏନ୍‌ଏସ୍‌ ଚେନ୍ନାଇରେ ଏହାର ପରୀକ୍ଷଣ କରାଯାଇଛି। ଆରବ ସାଗରରେ ଏହା ଲକ୍ଷ୍ୟଭେଦ କରିଥିବା ଡିଆର୍‌ଡିଓ ପକ୍ଷରୁ ସୂଚନା...

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଗ୍ରେନେଡ୍‌ ମାଡ଼ କଲେ ଆତଙ୍କବାଦୀ

ଶ୍ରୀନଗର, ୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଜାରି ରହିଛି। ଏଥିରେ ଭୟଭୀତ ହୋଇ ଆତଙ୍କବାଦୀମାନେ ବିଭିନ୍ନ ରଣନୀତି ଆପଣାଉଛନ୍ତି। ଅପରେଶନ୍‌ରେ ବାଧା ସୃଷ୍ଟି କରାଇବା ଲାଗି ଆତଙ୍କବାଦୀମାନେ ପୁଲଓ୍ବାମା ଜିଲାରେ ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ରବିବାର ପୂର୍ବାହ୍ନ...

ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ରହିଛନ୍ତି ସର୍ବାଧିକ ମୃତକ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ଭାରତୀୟ ସୀମାରେ କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା

ଲେହ, ୧୮।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଦୁଇପକ୍ଷଙ୍କ ମଧ୍ୟରେ ଶାନ୍ତି ଆଲୋଚନା ଉଦ୍ୟମ ବିଫଳ ହେଉଥିବାରୁ ଯୁଦ୍ଧ ଆଶଙ୍କା ଘନିଭୂତ ହେବାରେ ଲାଗିଛି। ଏପରିସ୍ଥଳେ ଚାଇନା ଭାରତ ସୀମାରେ କ୍ଷେପଣାସ୍ତ୍ର ପରୀକ୍ଷଣ...

ରାସ୍ତା ପାଇଁ ହୀନସ୍ତା ମଙ୍ଗଳପୁର ଗ୍ରାମବାସୀ

କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡାଗୁଡା ପଞ୍ଚାୟତର ଅଧିକାଂଶ ରାସ୍ତା ଶୋଚନୀୟ ଅବସ୍ଥାରେ ରହିଛି। ମଙ୍ଗଳପୁର ଏକ ରାଜସ୍ବ ଗ୍ରାମ ହୋଇଥିବା ସ୍ଥଳେ ଏହି ଗ୍ରାମକୁ ନାହିଁ ଭଲ ରାସ୍ତା। ଖରା ଓ ଶୀତ ଦିନରେ...

ପୁରୀରେ ମୁଖ୍ୟମନ୍ତ୍ରୀ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କଲେ ତଦାରଖ

ପୁରୀ ଅଫିସ,୧୭ା୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଆସିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ ନିରାପତ୍ତା ବଳୟ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ...

୩୦ କୋଟି ଭାରତୀୟଙ୍କୁ ପ୍ରଥମ ପର୍ଯ୍ୟାୟରେ ଦିଆଯିବ କରୋନା ଟିକା: ତାଲିକା ପ୍ରସ୍ତୁତ କରୁଛନ୍ତି ସରକାର

ନୂଆଦିଲ୍ଲୀ, ୧୭।୧୦: ପ୍ରଥମ ପର୍ଯ୍ୟାୟରେ ଦେଶର ୩୦ କୋଟି ଳୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ତାଲିକା ପ୍ରସ୍ତୁତି କାର୍ଯ୍ୟ କରୁଛନ୍ତି। ୩୦ କୋଟି ଲୋକଙ୍କୁ ୬୦ କୋଟି ଟିକା ଦିଆଯିବ। ପ୍ରତିଷେଧକ ଟିକାକୁ ଅନୁମୋଦନ ମିଳିବା...

ଏଲ୍‌ଏସିରେ ଚାଇନାର ନୂଆ ସର୍ତ୍ତ: ଭାରତ କଲା ବିରୋଧ

ନୂଆଦିଲ୍ଲୀ, ୧୭।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସୀମା ବିବାଦ ଥମିବାର ନା ଧରୁନି। ଏପରିସ୍ଥଳେ ଚାଇନା ଭାରତ ସମ୍ମୁଖରେ ନୂଆ ସର୍ତ୍ତ ରଖିଛି। ଚାଇନା କହିଛି ଯେ, ପୋଙ୍ଗାଙ୍ଗ ହ୍ରଦର ଦକ୍ଷିଣ ଅଞ୍ଚଳର ଆଡଭାନ୍ସଡ୍‌ ପୋଜିଶନ୍‌ରୁ...

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୭...

CORONAVIRUS UPDATE: ରାଜ୍ୟରେ ପୁଣି ୨୧୯୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୭।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇଁ ଜମ୍ମୁ-କଶ୍ମୀର ପୋଲିସ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri