Tag Archives: Home Middle

ସମୁଦ୍ର ପଥରେ ଆତଙ୍କବାଦୀ

ନୂଆଦିଲ୍ଲୀ/ମୁମ୍ବାଇ,୧୦ା୮: ଅନୁଚ୍ଛେଦ ୩୭୦କୁ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିବା ପରେ ଉପତ୍ୟକାରେ ଭାରତର ବଳ ବୃଦ୍ଧି ପାଇଛି। ଏହାସହ ବିଚ୍ଛିନ୍ନତାବାସୀଙ୍କୁ ମୋହରା କରି କଶ୍ମୀରରେ ଉତ୍ତେଜନା ସୃଷ୍ଟି ଏବଂ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇ ଆକ୍ରମଣ ଘଟାଉଥିବା ପାକିସ୍ତାନ ଏବେ ବିଚଳିତ...

୩୭୦ ଉଚ୍ଛେଦ ପରେ ଭାରତ-ପାକ୍‌ ବିବାଦ :ମୁଣ୍ଡ ଖେଳାଇବନି ଜାତିସଂଘ

ଜାତିସଂଘ,୧୦ା୮(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦରେ ଜାତିସଂଘ ମୁଣ୍ଡ ଖେଳାଇବ ନାହିଁ। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଦୁଇଦେଶ କୌଣସି ଉତ୍ତେଜନା ସୃଷ୍ଟିକାରୀ ପଦକ୍ଷେପ ନ ନେଇ ସର୍ବାଧିକ ସଂଯମ ଅବଲମ୍ବନ...

ଅରୁଣ ଜେଟଲୀ ଅସୁସ୍ଥ

ନୂଆଦିଲ୍ଲୀ,୯।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଦେଖିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏମ୍ସ ପହଞ୍ଚିଥିବା ଜଣାପଡିଛି।...

ଜମ୍ମୁରୁ ହଟାଇ ଦିଆଗଲା ଧାରା ୧୪୪

ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ଏବେ...

ସମଝୌତା ପରେ ଏବେ ଥର୍‌ ଏକ୍ସପ୍ରେସ୍‌କୁ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍‌ ବନ୍ଦ କରିଥିବା ବେଳେ ଶୁକ୍ରବାର ଥର୍‌ ଏକ୍ସପ୍ରେସକୁ ବନ୍ଦ କରି ଦେଇଛି। ଯୋଧପୁରରୁ...

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା : ପୋଲିସକୁ ତଥ୍ୟ ମାଗିଲେ ଶ୍ରମ ଅଧିକାରୀ

ପୁରୀ ଅଫିସ, ୯।୮: ରଥଯାତ୍ରା ସମୟରେ ଗତ ଜୁଲାଇ ୮ତାରିଖ ରାତିରେ ପୁରୀ ବସ୍‌ଷ୍ଟାଣ୍ଡରେ ଏକ ଯାତ୍ରୀବାହୀ ବସ୍‌ରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ସମ୍ପୃକ୍ତ ବସ୍‌ ହେଲ୍‌ପରଙ୍କୁ...

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ମାଲାକାନାଗିରି, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର ଜିଲା ବନ୍ୟାରେ ପ୍ରଭାବିତ ହୋଇଛି। ରାଜସ୍ବ ଓ...

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି। ଗିରୀଶ ବାଙ୍ଗାଲୋରସ୍ଥିତ ଷ୍ଟାଫ୍‌ ସିଲେକ୍ସନ କମିଶନର ପ୍ରାନ୍ତୀୟ ନିର୍ଦ୍ଦେଶକ ଭାବେ ଦାୟିତ୍ୱ...

ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଗତ ୨୪...

୩୭୦ ମୃତ୍ୟୁରେ କଶ୍ମୀରୀଙ୍କ ଆଶାର ଜନ୍ମ

ନୂଆଦିଲ୍ଲୀ,୯।୮(ଆଇଏଏନ୍‌ଏସ୍‌):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଉପତ୍ୟକାରେ ଶ୍ମଶାନ ନୀରବତା ଛାଇଯାଇଥିବାବେଳେ ଏକ ଚାପା ଉତ୍ତେଜନା ଲାଗିରହିଛି। ଏହାସତ୍ତ୍ୱେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ବହୁ କଶ୍ମୀରୀଙ୍କ ପାଇଁ ନୂଆ ଆଶାକୁ ଜନ୍ମ ଦେଇଛି। କାରଣ ଏବେ କଶ୍ମୀରବାସୀଙ୍କୁ ନିଜକୁ...

ଜାତି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା: ଉପତ୍ୟକା ଓ ଲଦାଖର ବିକାଶରେ ସହାୟକ ହୁଅନ୍ତୁ

ନୂଆଦିଲ୍ଲୀ,୮।୮(ପି.ଟି./ଆଇଏଏନ୍‌ଏସ୍‌)- ଜମ୍ମୁ-କଶ୍ମୀରରେ ଖୁବ୍‌ଶୀଘ୍ର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଉପତ୍ୟକାବାସୀ ସେମାନଙ୍କ ମତାଧିକାର ସାବ୍ୟସ୍ତ କରି ନିଜ ନିଜ ପ୍ରତିନିଧି ବାଛିବାର ସୁଯୋଗ ପାଇବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସ୍ପଷ୍ଟ କରିବା ସହ ଏହାକୁ ନେଇ ରହିଥିବା...

ବନ୍ଦ ହୋଇନି ସମ୍‌ଝୋତା ଏକ୍ସପ୍ରେସ୍‌: ଭାରତ

ଇସଲାମାବାଦ,୮।୮: ଖବର ଆସିଥିଲା କି ଭାରତ ପାକିସ୍ତାନ ମଧ୍ୟରେ ଚାଲୁଥିବା ସମ୍‌ଝୋତା ଏକ୍ସପ୍ରେସ୍‌ ବା ଫ୍ରେଣ୍ଡସିପ୍‌ ଏକ୍ସପ୍ରେସକୁ ପାକିସ୍ତାନ ବନ୍ଦ କରି ଦେଇଛି। ହେଲେ ଭାରତ କହିଛି ସମ୍‌ଝୋତା ଏକ୍ସପ୍ରେସ୍‌ ସେବା ବନ୍ଦ ହୋଇନାହିଁ। ପାକିସ୍ତାନ ସୁରକ୍ଷାର ଆଳ ଦେଖାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri