Tag Archives: odisha

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି l ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିି ଅରୁଣ ନାୟକ କହିଛନ୍ତି...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ ଗାଁର ଚାଷୀମାନେ ବଲାଙ୍ଗୀର ସିଏସଓ ଅଫିସ ଭିତରେ ଧାରଣା ଦେଇଛନ୍ତି। ୨୨୦ରୁ ଉଦ୍ଧର୍‌ବ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ ଆମଦାନୀ ଟାରିଫ୍‌ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଟାରିଫ୍‌ ପ୍ରଥମ...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ ଲୋକମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି । ବୁଧବାର ସକାଳୁ ହାତୀଟି ଘସିପୁରା ବଜାର...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ ନୌକା ଓ ତୀର ଚାଳନା ପ୍ରତିଯୋଗିତା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ମୃତଦେହକୁ କିଏ ଏବଂ କାହିଁକି ଫିଙ୍ଗି ଦେଇ ଚାଲିଯାଇଛି...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡି ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ ବୋଇରାଣୀ ମଧ୍ୟରେ ହୋଇଥିଲା। ଏଥିରେ ବୋଇରାଣୀ ୫ ଉଇକେଟରେ ବିଜୟୀ ହୋଇଥିଲା। ସାନକୋଦଣ୍ଡା...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ  ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା।ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ର କାର୍ଯ୍ୟକର୍ତ୍ତା, ବହୁ ସଂଖ୍ୟକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି ପରିବାର ଲୋକେ। ଏଭଳି ଏକ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର ଗ୍ରାମରେ ଏମପିଙ୍କ ବାସଭବନ ହୋଇଥିବା ବେଳେ କେହି ଦୃର୍ବୁତ୍ତ ତାଙ୍କ ଘର ଉପରକୁ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ। ମିଳିଥିବା ସୂଚନାନୁଯାୟୀ, ସନ୍ଧ୍ୟା ୬ଟାରେ ରଙ୍ଗମହଲରେ ପହଞ୍ଚି ସନ୍ଧ୍ୟା ୭ଟା ୨୫ ମିନିଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri