ଗୋଟିଏ ଘଣ୍ଟାରେ ୨ଥର ଥରିଲା ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ରହିଛି…

ତାଜିକିସ୍ତାନ,୧୩ା୪: ରବିବାର ତାଜିକିସ୍ତାନରେ ଗୋଟିଏ ଘଣ୍ଟା ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରେକର୍ଡ କରାଯାଇଥିଲା, ଯାହାକୁ ବହୁତ ଶକ୍ତିଶାଳୀ ବୋଲି କୁହାଯାଉଛି। ଭୂକମ୍ପର ଝଟ୍‌କା ଅନୁଭୂତ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ତଥାପି କୌଣସି ବଡ଼ କ୍ଷୟକ୍ଷତି କିମ୍ବା ଜୀବନହାନି ବିଷୟରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।

ଭୂମ୍ପର କେନ୍ଦ୍ରସ୍ଥଳ ତାଜିକିସ୍ତାନର ପାର୍ବତ୍ୟାଞ୍ଚଳ ବୋଲି କୁହାଯାଉଛି। ବାରମ୍ବାର ଭୂକମ୍ପର ଝଟ୍‌କା ଲୋକଙ୍କୁ ଚିନ୍ତାରେ ପକାଇଛି। ଶନିବାର ୧୨:୩୦ ସମୟରେ ତାଜିକିସ୍ତାନରେ ୪.୨ ତୀବ୍ରତାର ଏକ ଭୂକମ୍ପ ମଧ୍ୟ ଅନୁଭୂତ ହୋଇଥିଲା। ଗତକାଲି ହୋଇଥିବା ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜିକିସ୍ତାନ ସୀମାରେ ଥିଲା। ଆଜିର ଭୂକମ୍ପରେ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତିର ଖବର ନାହିଁ। ୨୪ ଘଣ୍ଟା ମଧ୍ୟରେ ଦୁଇଟି ଭୂକମ୍ପ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦ ଆକ୍ରମଣକୁ ନେଇ ଆକ୍ସନ ମୋଡ୍‌ରେ ମୋଦି: ବିମାନରୁ ଓହ୍ଲାଇବା ମାତ୍ରେ ଡୋଭାଲଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୨୩।୪: କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଲ୍‌ ପୈଠ କରି ନ ଥିଲେ ବି ବିଦ୍ୟୁତ୍‌ କାଟ ହେବନ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟର ତାପମାତ୍ରା ଏବେ ଅଧିକାଂଶ ଜିଲାରେ ୪୦ ଡିଗ୍ରୀରୁ ଅଧିକ ରହୁଛି। ଏଭଳି ସ୍ଥିତିରେ ଏକାଧିକ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

ଜମ୍ମୁ-କାଶ୍ମୀର ଆକ୍ରମଣ ପରେ ସାଉଦୀ ଗସ୍ତ ଅଧାରୁ ଫେରିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଯିଏ ଆଜି ପୂର୍ବାହ୍ନରେ ଦୁଇ ଦିନିଆ ଗସ୍ତରେ ସାଉଦୀ ଆରବ ପହଞ୍ଚିଥିଲେ, ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ପହଲଗାମ ଛାତିଥରା ଆକ୍ରମଣ ପଛରେ ପାକିସ୍ତାନ ହାତ, ଖୋଜି ଖୋଜି ହିନ୍ଦୁଙ୍କୁ ଗୁଳି କଲେ ଆତଙ୍କବାଦୀ

ନୂଆଦିଲ୍ଲୀ, ୨୨।୪: ଭାରତ ଇତିହାସରେ ଏହି ତାରିଖ ସମୂହିକ ସ୍ମୃତିରେ ଚିରସ୍ଥାୟୀ ହୋଇ ରହିବ। ଯେଉଁଦିନ ଆତଙ୍କବାଦୀମାନେ ଭାରତର “ମିନି ସ୍ୱିଜରଲ୍ୟାଣ୍ଡ” କୁହାଯାଉଥିବା ପହଲଗାମର ଅପୂର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image