ଖଣି ଗଣ୍ଡଗୋଳକୁ ନେଇ ଖତକୁରବାହାଲ ଅଶାନ୍ତ

କୁତ୍ରା, ୮।୪(ଡି.ଏନ.ଏ.); ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଖତକୁରବାହାଲସ୍ଥିତ ଜେଏସ୍‌ଡବ୍ଲ୍ୟୁ ଚୂନ ପଥର ଖଣିକୁ ନେଇ ଦୁଇଦିନ ହେଲାଣି ଖତକୁରବାହାଲ ଅଶାନ୍ତ ହୋଇପଡିଛି। ଗୁରୁବାର ଖଣି ପରିସରରେ ମାଲ ଲୋଡିଙ୍ଗକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇଥିଲା। କିଛି ସମୟ ଗଣ୍ଡଗୋଳ ହେବା ପରେ ସ୍ଥିତି ଶାନ୍ତ ପଡିଥିଲା। କିନ୍ତୁ ଏହି ଘଟଣାକୁ ନେଇ ସାରେ ଗୋଟିଏ ଗୋଷ୍ଠୀର ଜଣେ ବ୍ୟକ୍ତିଙ୍କ ଘର ଉପରକୁ ପଥରମାଡ଼ ହୋଇଥିଲା। ଫଳରେ କେତେଜଣ ଲୋକ ଆହତ ହୋଇଥିଲେ। ପରେ ଏସ୍‌ଡିପିଓ ଅଭିଷେକ ପାଣିଗ୍ରାହୀ, କୁତ୍ରା ପୋଲିସ ଓ ୧ ପ୍ଲାଟୁନ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିଥିଲେ। ରାତି ସାରା ପୋଲିସ ଜଗି ରହିଥିବା ସତ୍ତ୍ୱେ ଶୁକ୍ରବାର ସକାଳୁ ପୁଣି ପଥର ମାଡ଼ ହୋଇଥିଲା। ଫଳରେ ପୁଣି ଉତ୍ତେଜନା ସୃଷ୍ଟି ହୋଇଥିଲା। ପରେ ଥାନା ଅଧିକାରୀ ମନୋରଞ୍ଜନ ବିଶିଙ୍କ ନେତୃତ୍ୱରେ ୨ ପ୍ଲାଟୁନ ପୋଲିସ ଫୋର୍ସ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିଥିଲେ। ଏହାକୁ ନେଇ ଥାନାରେ ଦୁଇଟି ଅଭିଯୋଗ ହୋଇଥିବା ସୂଚନା ଦେଇଛନ୍ତି ଥାନା ଅଧିକାରୀ। ସେଠାରେ ଉତ୍ତେଜନାମୂଳକ ସ୍ଥିତି ଲାଗି ରହିଥିବାରୁ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ତେବେ ଖଣିକୁ ନେଇ ବାରମ୍ବାର ଗଣ୍ଡଗୋଳ, ଏଭଳି ଘଟଣା ଦେଖିବାକୁ ମିଳୁଛି। ଯାହା ଫଳରେ ଅଞ୍ଚଳରେ ଦିନକୁ ଦିନ ଜନଅସନ୍ତୋଷ ବଢ଼ିବାରେ ଲାଗିଛି। ଖଣି ଆରମ୍ଭ ହେବା ଦିନ ଠାରୁ ଏଭଳି ଗଣ୍ଡଗୋଳ ହେଉଥିବାର ଦେଖିବାକୁ ମିଳୁଛି। ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଜେଏସ୍‌ଡବ୍ଲ୍ୟୁ ଖଣିର ଉଚ୍ଚ ପଦସ୍ଥ ଅଧିକାରୀ ଦୃଷ୍ଟି ଦେଇ ଏହାର ସମାଧନ ଦିଗରେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ନଚେତ ଆଗାମୀ ଦିନରେ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri