ଅନୁଗୋଳ,୧୧ା୮(ଅମିତ କୁମାର ସାମଲ)/ ତାଳଚେର, (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଏମ୍ସିଏଲ୍ ପକ୍ଷରୁ ନିର୍ମିତ ନୂତନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ମହାନଦୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ)ର ନାମ ପରିବର୍ତ୍ତନ ହେବ। ଏହାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରାଯିବାକୁ ଗୁରୁବାର ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠି ନଂ. ୨୦୧୩୫/ ୧୦ା୮ା୨୦୨୩ରେ ଏ ସମ୍ପର୍କରେ ସୂଚନା ଦିଆଯାଇଛି।