ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଏବଂ ଗେଡେଲା ଅଖିଳଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାର ପିଲାମାନଙ୍କ ଦକ୍ଷତା ବର୍ତ୍ତମାନ ବିଶ୍ୱର ଦୃଷ୍ଟିକୁ ଆସିପାରିଛି। ଆଗାମୀ ଦିନରେ ଓଡିଶାରେ ଦକ୍ଷତା ବିକାଶକୁ ଏକ ଆନ୍ଦୋଳନରେ ପରିଣତ କରାଯିବ। ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଏକ ବିକଶିତ ଓଡ଼ିଶା ଗଠନ ପାଇଁ ଆମର କାର୍ଯ୍ୟକ୍ରମ ପ୍ରସ୍ତୁତ ହେଉଛି। ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଏହି ଦକ୍ଷ ଯୁବ ଶକ୍ତି। ଆମ ଯୁବ ଶକ୍ତି ହିଁ ଆମ ପରିଚୟ। ସେମାନେ ଆମ ପାଇଁ ନୂଆ କ୍ରାନ୍ତି। ସେମାନେ ହିଁ ଆମ ପାଇଁ ଅଖଣ୍ଡ ବିଶ୍ୱାସର ଆଧାର। ଯୁବ ଶକ୍ତିର ଦକ୍ଷତା ଆମର ଶକ୍ତି ଓ ଗୌରବ। ପ୍ରତ୍ୟେକ କ୍ଷେତ୍ରରେ, ପ୍ରତ୍ୟେକ ସ୍ତରରେ ଦକ୍ଷତାର ବିକାଶ ପାଇଁ ଆମର ଉଦ୍ୟମ ଜାରି ରହିବ।

ସୂଚନାଯୋଗ୍ୟ ଯେ, ଫ୍ରାନ୍ସର ଲିଅନ୍ଠାରେ ସେପ୍ଟେମ୍ବର ୧୦ ରୁ ୧୫ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ୱାର୍ଲଡ ସ୍କିଲ କମ୍ପିଟେସନରେ ଦେଶର ୬୦ ଜଣ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ଓଡ଼ିଶାରୁ ୧୫ ଜଣ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଦେବଗଡ ଜିଲାର ଅମରେଶ ସାହୁ ଅକ୍ଷୟ ଶକ୍ତି କ୍ଷେତ୍ରରେ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ଗଜପତି ଜିଲାର ଗେଡେଲା ଅଖିଳ ୱାଟର ଟେକ୍ନୋଲୋଜିରେ ପଦକ ପାଇଛନ୍ତି।

ଏହି ଅବସରରେ ପିଲାମାନଙ୍କୁ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶର ୬୦ ଜଣ ପ୍ରତିଯୋଗୀମାନଙ୍କ ମଧ୍ୟରୁ କେବଳ ଓଡିଶାରୁ ୧୫ଜଣ ଭାଗ ନେବା ଏକ ବହୁତ ବଡ ସଫଳତା। ଓଡିଶାର ପିଲାମାନଙ୍କର ଦକ୍ଷତା ଉପରେ ଥିବା ଭରସାର ଏହା ହେଉଛି ଜ୍ୱଳନ୍ତ ପ୍ରମାଣ। ଏହା ଆମ ଦକ୍ଷତାର ନୂଆ ମାନଦଣ୍ଡ। ଓଡ଼ିଶାର ପିଲାମାନଙ୍କ ଦକ୍ଷତା ବର୍ତ୍ତମାନ ସାରା ବିଶର ଦୃଷ୍ଟିକୁ ଆସି ଗଲାଣି। ଏହିଭଳି ଦକ୍ଷ ଯୁବତୀଯୁବକମାନେ ହିଁ ଓଡ଼ିଶା ପାଇଁ ଏକ ସୁନ୍ଦର ଭବିଷ୍ୟତ ନିର୍ମାଣ କରି ପାରିବେ। ଏହି ଭଳି ଦକ୍ଷ ଯୁବତୀଯୁବକମାନଙ୍କ କାନ୍ଧରେ ହିଁ ଅଛି ଏକ ନୂତନ ଓଡିଶା ଗଠନର ଗୁରୁ ଦାୟିତ୍ୱ।

ଓଡ଼ିଶାରେ ଦକ୍ଷତା ବିକାଶ ପାଇଁ ଆମେ ରୋଡ ମ୍ୟାପ ପ୍ରସ୍ତୁତ କରିଛୁ। ଆମେ କେବଳ ସ୍ବପ୍ନ ଦେଖେଇବାରେ ବିଶ୍ୱାସ ରଖୁନା, ବରଂ ବାସ୍ତବତାର ରୂପାୟନ କରିଥାଉ। ଏ ବର୍ଷ ବଜେଟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା କ୍ଷେତ୍ରରେ କେବଳ ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେସନ ପାଇଁ ୧୦୫୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯: ସୁନ୍ଦରଗଡ ଜିଲା ବଣାଇ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଲିସକୁ ହୋଇଛି ତୀରମାଡ। ତୀରମାଡରେ ଗୁରୁତର ହୋଇ ଥାନାବାବୁ ଡାକ୍ତରଖାନାରେ ଭର୍ତ୍ତି...

ସରକାର ଦେଲେ ଚେତାବନୀ, ଆନ୍ଦୋଳନ କଲେ…

ଭୁବନେଶ୍ୱର,୨୪।୯: ଓଡ଼ିଶା ନର୍ସିଙ୍ଗ କର୍ମଚାରୀ ସଂଘଙ୍କ ଦ୍ୱାରା ଆସନ୍ତକାଲି ଆନ୍ଦୋଳନ ପାଇଁ ଡକରା ହୋଇଥିଲା। ଯାହାର ଗୋଟିଏ ଦିନ ପୂର୍ବରୁ ସବୁ CDMO ଓ ସରକାରୀ...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର...

ନବୀନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ବଦ୍ରି ପାତ୍ର: ବିଜେଡି ହାରିବାର କାରଣ…

ଭୁବନେଶ୍ୱର,୨୪।୯:ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଁ ରାଜ୍ୟରେ ସରକାର ଗଢିଛି। ଏବେ...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା...

ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri