ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…

ଭୁବନେଶ୍ୱର,୯ା୩: କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଛନ୍ତି। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଛନ୍ତି। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।

ସୂଚନାଯୋଗ୍ୟ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ପୁଣି ଥରେ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ମିଶିବା ଆମର ଭୁଲ ଥିଲା। ଦେଶରେ କେବଳ ଜାତୀୟ ସଙ୍ଗୀତ ଗାନ କରାଯାଇପାରିବ। ମୁଁ ବୁଝି ପାରୁନି ସବୁ ସରକାରୀ କାର୍ଯ୍ୟକ୍ରମରେ କାହିଁକି ବନ୍ଦେ ଉତ୍କଳ ଜନନୀ ବଜାଯାଉଛି। ସ୍ବତନ୍ତ୍ର ଓଡ଼ିଶା ପାଇଁ ଆମେ ଆନ୍ଦୋଳନ କରିଥିଲୁ। ଉତ୍କଳ, କୋଶଳ ଓ କଳିଙ୍ଗ ମିଶ୍ର ଓଡ଼ିଶା ରାଜ୍ୟ ଗଠନ ହୋଇଛି। ମାତ୍ର ସଙ୍ଗୀତରେ କେବଳ ଉତ୍କଳର ଜୟଗାନ କାହିଁକି? ଏପରି ମନ୍ତବ୍ୟ ଦେବା ପରେ ଚାରିଆଡୁ ଜୟନାରାୟଣ ମିଶ୍ରଙ୍କୁ ଟ୍ରୋଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri