ଅସହ୍ୟ ହେଉଛି ତାତି: ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର,୨୨।୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ ।
ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି ବୋଲି ସେ କହିଛନ୍ତି।

ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ସୋମବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଥିଲା ବେଳେ ଏହା ପଛକୁ ସମ୍ବଲପୁର ୪୩, ହୀରାକୁଦ ୪୨.୪, ରାଉରକେଲା ୪୨, କେନ୍ଦୁଝର ୩୮.୩, ଚାନ୍ଦବାଲି ୩୮.୨, ବାଲେଶ୍ୱର ୩୭, ଭୁବନେଶ୍ୱର ୩୬ ରହିଥିଲା।

ମଙ୍ଗଳବାରଠାରୁ ରାଜ୍ୟରେ ଆହୁରି ତାପମାତ୍ରା ବୃଦ୍ଧି ପାଇଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀର ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି।

ସେହିପରି ବୁଧବାର ପାଇଁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ସୋନପୁର ଏ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।

ଗୁରୁବାର ଏବଂ ଶୁକ୍ରବାର ମଧ୍ୟ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ଅନୁଗୋଳ, ସୋନପୁର ଏବଂ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri