Posted inଜାତୀୟ

ଏନ୍‌ଡିଏରେ ମିଶିଲା ଟିଡିପି

ନୂଆଦିଲ୍ଲୀ,୯ା୩: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ନିଜର ପୁରୁଣା ସହଯୋଗୀଙ୍କୁ ଏନ୍‌ଡିଏରେ ଯୋଡ଼ିବାକୁ ଚେଷ୍ଟା ଆରମ୍ଭ କରିଛି। ନୀତୀଶ କୁମାରଙ୍କ ଜେଡିୟୁ ପରେ ଭାଜପା ଓଡ଼ିଶାରେ ବିଜେଡି ସହ ଆଲୋଚନା କରୁଛି। ଏକ ରିପୋର୍ଟ ଅନୁଯାୟୀ, ଆନ୍ଧ୍ରପ୍ରଦେଶର ତେଲୁଗୁ ଦେଶମ ପାର୍ଟି (ଟିଡିପି) ମଧ୍ୟ ଶନିବାର ଏନ୍‌ଡିଏରେ ସାମିଲ ହୋଇଥିବା ନେଇ ସୂଚନା ଦେଇଛି ଦଳ। ଆଜି ଦିଲ୍ଲୀରେ ଭାଜପା ଏବଂ ଟିଡିପି ନେତାଙ୍କ ମଧ୍ୟରେ ମିଳିତ ବୈଠକରେ ପରେ ଟିଡିପି ଏନ୍‌ଡିଏରେ ସାମିଲ ହୋଇଛି। ଟିଡିପି ସହ ଜନସେନା ପାର୍ଟି ମଧ୍ୟ ଏନ୍‌ଡିଏରେ ସାମିଲ ହୋଇଥିବା ଜଣାପଡ଼ିଛି।

ଏଥର ଚନ୍ଦ୍ରବାବୁ ନାଇଡୁ ଓ ପବନ କଲ୍ୟାଣଙ୍କ ଦଳ ସହ ମିଶି ଭାଜପା ଆନ୍ଧ୍ରପ୍ରଦେଶରେ ନିର୍ବାଚନ ଲଢ଼ିବାକୁ ଆଗଭର ହୋଇଛି। ଏଥିପାଇଁ ଆସନ ଭାଗବଣ୍ଟାକୁ ନେଇ ପ୍ରାୟ ଶେଷ ହୋଇଛି ବୁଝାମଣା। ଏଥର ୧୭+୬+୨’ ଫର୍ମୂଲାରେ ଭାଜପା ଆନ୍ଧ୍ରପ୍ରଦେଶରେ ନିର୍ବାଚନ। ତେଲୁଗୁ ଦେଶମ ପାର୍ଟି(ଟିଡିପି) ଅଧ୍ୟକ୍ଷ ଚନ୍ଦ୍ରବାବୁ ନାଇଡୁ ଓ ଜନ ସେନା ପାର୍ଟି(ଜେଏସ୍‌ପି) ପ୍ରମୁଖ ପବନ କଲ୍ୟାଣ ନୂଆଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ମିଶି ଆଲୋଚନା କରିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି।

 

ଦୁଇ ପକ୍ଷ ମଧ୍ୟରେ ହୋଇଥିବା ବୁଝାମଣା ଅନୁସାରେ ଭାରତୀୟ ଜନତା ପାର୍ଟି ଏବଂ ଜନସେନା ମିଳିତ ଭାବେ ଆନ୍ଧ୍ରପ୍ରଦେଶରେ ପ୍ରାୟ ୮ଟି ଲୋକ ସଭା ଓ  ୩୦ଟି ବିଧାନସଭା ଆସନରେ ନିର୍ବାଚନ ଲଢ଼ିପାରନ୍ତି। ବାକି ୧୭ ଲୋକସଭା ଓ ୧୪୫ ବିଧାନସଭା ଆସନରେ ଟିଡିପି ଲଢ଼ିବ । ତେବେ ଏ ନେଇ ଖୁବଶୀଘ୍ର ଏନ୍‌ଡିଏ ପକ୍ଷରୁ ଔପଚାରିକ ଘୋଷଣା କରାଯିବ। ଲୋକ ସଭା ନିର୍ବାଚନ ସହିତ ଆନ୍ଧ୍ରପ୍ରଦେଶରେ ବିଧାନସଭା ନିର୍ବାଚନ ମଧ୍ୟ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri