Posted inଖେଳ

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି। ୯୨ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଟିମ ଇଣ୍ଡିଆ ଟେଷ୍ଟ ଇନିଂସରେ ବିଜୟ ଏବଂ ପରାଜୟର ମାର୍ଜିନରେ ଏକ ବଡ଼ ପରିବର୍ତ୍ତନ କରିଛି। ଏହି ବିଜୟରେ ରବିଚନ୍ଦ୍ରନ ଅଶ୍ୱିନ, ଶୁଭମାନ ଗିଲ ଏବଂ ଜସପ୍ରୀତ ବୁମ୍‌ରା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।

ଏହି ଟେଷ୍ଟ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୩୭୬ ରନ କରିଥିଲା। ଏହାପରେ ଦ୍ୱିତୀୟ ପାଳିରେ ବାଂଲାଦେଶ ୧୪୯ ରନ କରି ଅଲ ଆଉଟ ହୋଇ ଯାଇଥିଲା। ଦ୍ୱିତୀୟ ଇନିଂସରେ ଭାରତ ୪ ଉଇକେଟ୍‌ ହରାଇ ୨୮୭ ରନ କରି ପାଳି ଘୋଷଣା କରିବା ପରେ ବାଂଲାଦେଶ ଆଗରେ ୫୧୫ ରନର ଟାର୍ଗେଟ ରହିଥିଲା। ହେଲେ ବାଂଲାଦେଶ ୨୩୪ ରନ୍‌ କରି ଅଲଆଉଟ୍‌ ହୋଇଯାଇଛି।

ସି.କେ ନାଇଡୁଙ୍କ ନେତୃତ୍ୱରେ ୧୯୩୨ରେ ଭାରତ ଖେଳିଥିଲା ପ୍ରଥମ ଟେଷ୍ଟ ମ୍ୟାଚ। ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ଏହି ମ୍ୟାଚ ଖେଳିଥିବା ଭାରତ ୧୫୮ ରନ୍ରେ ପରାସ୍ତ ହୋଇଥିଲା। ତା’ପରଠାରୁ ଟେଷ୍ଟ କ୍ରିକେଟରେ କେବେ ବି ଭାରତୀୟ ଦଳର ‘ବିଜୟୀ ମ୍ୟାଚ’ ସଂଖ୍ୟା ‘ପରାଜିତ ମ୍ୟାଚ’ ସଂଖ୍ୟାଠାରୁ ଅଧିକ ରହି ନଥିଲା।

ଆଜି ବାଂଲାଦେଶକୁ ପରାସ୍ତ କରି ଭାରତ ତା’ର ୧୭୯ତମ ଟେଷ୍ଟ ମ୍ୟାଚ ଜିତିଛି। ଦଳ ଏଯାଏ ୫୮୦ଟି ଟେଷ୍ଟ ମ୍ୟାଚ ଖେଳିଥିବା ବେଳେ ସେଥିରୁ ୧୭୯ଟିରେ ବିଜୟ ହାସଲ କରିଛି ଓ ୧୭୮ଟିରେ ପରାଜିତ ହୋଇଛି। ସେହିପରି ୨୨୨ଟି ମ୍ୟାଚ ଡ୍ର’ ହୋଇଥିବା ବେଳେ ଗୋଟିଏ ଟାଏ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri