Posted inଜାତୀୟ

ଭାଜପା ଏମପି ହେବା ପରେ ୫ ବର୍ଷରେ ୩୦ ଗୁଣା ବଢିଗଲା ତେଜସ୍ବୀ ସୂର୍ଯ୍ୟାଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୬।୪: ଲୋକ ସଭା ନିର୍ବାଚନର ପାଇଁ ବିଗୁଲ ବାଜି ସାରିଛି। ସମସ୍ତ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ଗୁରୁବାର (ଏପ୍ରିଲ ୪) ରେ ୧୮୩ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ଏଥିମଧ୍ୟରେ କେସି ଭେନୁଗୋପାଲ, କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ଏବଂ ରାଜୀବ ଚନ୍ଦ୍ରଶେଖରଙ୍କ ପରି ଭେଟେରାନ ନେତା ଅଛନ୍ତି।

ଏଥି ସହ ଭାଜପା ନେତା ତେଜସ୍ବୀ ସୂର୍ଯ୍ୟା ବେଙ୍ଗାଲୁରୁ ଦକ୍ଷିଣରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ତେଜସ୍ବୀ ସୂର୍ଯ୍ୟାଙ୍କ ନାମାଙ୍କନ ସମୟରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଉପସ୍ଥିତ ଥିଲେ। ସେ ତାଙ୍କ ଆଫିଡେଭିଟରେ ୪.୧୦ କୋଟି ଟଙ୍କା ସମ୍ପତ୍ତି ଘୋଷଣା କରିଛନ୍ତି। ଭାଜପା ଏମପି କହିଛନ୍ତି ଯେ ତାଙ୍କର କୌଣସି ଅସ୍ଥାବର ସମ୍ପତ୍ତି ନାହିଁ।
୨୦୧୯ ଲୋକ ସଭା ନିର୍ବାଚନରେ ଘୋଷିତ ୧୩ ଲକ୍ଷ ଟଙ୍କା ତୁଳନାରେ ତାଙ୍କର ସମ୍ପତ୍ତି ୩୧.୫ ପ୍ରତିଶତ ଅଧିକ। ସୂର୍ଯ୍ୟାଙ୍କ ମୋଟ ସମ୍ପତ୍ତି ହେଉଛି ୪.୧୦କୋଟି ଟଙ୍କା। ସେ ମ୍ୟୁଚୁଆଲ ଫଣ୍ଡରେ ୧.୯୯ କୋଟି ଟଙ୍କା ବିନିଯୋଗ କରିଛନ୍ତି। ୧.୭୯ କୋଟିରୁ ଅଧିକ ମୂଲ୍ୟର ଶେୟାର ମଧ୍ୟ କିଣିଛନ୍ତି । ସୂର୍ଯ୍ୟା ତାଙ୍କ ଆଫିଡେଭିଟରେ କହିଛନ୍ତି ଯେ ସେ ଅଧିକାଂଶ ଅର୍ଥ ମ୍ୟୁଚୁଆଲ ଫଣ୍ଡ ଏବଂ ଷ୍ଟକରେ ବିନିଯୋଗ କରିଛନ୍ତି ଏବଂ ବଜାରରେ ବୃଦ୍ଧି ହେତୁ ତାଙ୍କର ସମ୍ପତ୍ତି ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri