ହାଇଦ୍ରାବାଦ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୨ ଦିନିଆ ଦକ୍ଷିଣ ଭାରତ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ତେଲଙ୍ଗାନାରେ ସିକନ୍ଦରାବାଦ ରେଳ ଷ୍ଟେଶନରେ ପହଞ୍ଚି ସିକନ୍ଦରାବାଦ-ତିରୁପତିର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଉଦ୍ଘାଟନୀ ଉତ୍ସବରେ ତେଲଙ୍ଗାନା ଭାଜପା ସଭାପତି ସଞ୍ଜୟ କୁମାର ବାନ୍ଦି , ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।
ଟ୍ରେନ ଗଡିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମଧ୍ୟ ଏହାକୁ ଯାଞ୍ଚ କରିଥିଲେ ଏବଂ ସ୍କୁଲ ପିଲାମାନଙ୍କ ସହ କଥାବାର୍ତ୍ତା କରିଥିଲେ। ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ପରେ ପ୍ରଧାନମନ୍ତ୍ରୀ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ ଏବଂ ତା’ପରେ ୧୧,୩୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ବୋଲି ଜଣାପଡିଛି।