ପଦ୍ମ ଧରିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ: ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ, ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ବର,୪।୩: ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ସୋମବାର ଭାଜପାରେ ଯୋଗଦେଇଛନ୍ତି।
ସେମାନେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ସୋମବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଏମାନଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରାଯାଇଥିଲା। ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀ, ଭାଜପା ପ୍ରାକ୍ତନ ସଭାପତି ସମୀର ମହାନ୍ତି ଓ ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଏହାସହ ଉକ୍ତ ତିନି ନେତାଙ୍କ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି।
Share