ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଗାମୀ ୨ ରୁ ୩ ଦିନ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନ ଥିବାରୁ ଦିନ ତାପମାତ୍ରା ପାଇବ। ଏହାସହ ଉପକୂଳ ଓଡିଶା ସମେତ ପାର୍ଶବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ଜଳୀୟବାଷ୍ପ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ଯୋଗୁ କିଛି ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ହୋଇପାରେ। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ, ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ।