ଆଗକୁ ଆହୁରି ବଢିବ ତାତି!

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। କେତେ ଜିଲାରେ
୪୦ ଡିଗ୍ରୀ ଉପରେ ରହିଛି ତାପମାତ୍ରା। ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ସ୍ବାଭାବିକଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିପାରେ। ବିଶେଷ କରି ବଲାଙ୍ଗୀର, ଟିଟିଲାଗଡ, ସୋନପୁର, ବେଦ୍ଧ, ଝାରସୁଗୁଡା, ଅନୁଗୁଳ, ଭବାନିପାଟଣାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ । ଆସନ୍ତା ୨୫ ତାରିଖ ବେଳକୁ ତାତି ଆହୁରି ବୃଦ୍ଧି ପାଇବା ସମ୍ଭାବନା ରହିଛି ।

Share