ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାତି। ଆଗକୁ ଆହୁରି ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ ହୋଇଛି। ଭଦ୍ରକ ଜିଲା ଚାନ୍ଦବାଲିରେ ସର୍ବାଧିକ ୩୭.୨ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ସମ୍ବଲପୁରରେ ୩୬.୫ ଡିଗ୍ରୀ ଏବଂ ଅନୁଗୋଳରେ ୩୬.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।