Advertisement

ଆହୁରି ବଢ଼ିବ ତାତି, ସତର୍କ ସୂଚନା ଜାରି

ଭୁବନେଶ୍ୱର,୯ା୩: ପ୍ରଚଣ୍ଡ ରୌଦ୍ରତାପ ନେଇ ସତର୍କ କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲାର ଜିଲାପାଳଙ୍କ ପାଇଁ ସତର୍କତା ଜାରି କରିଛି ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ରହିଛି। ଆସନ୍ତା ୫ ଦିନରେ ତାପମାତ୍ରା ୪୦ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share