କାଳିଆଙ୍କୁ ଦେଖି ଭକ୍ତ ବିଭୋର: ଶ୍ରୀମନ୍ଦିରଠୁ ବେଳାଭୂମି ସବୁଠି କଡ଼ା ସୁରକ୍ଷା

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି। ଏନେଇ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି।

ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ମାର୍କେଟଛକ ଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ସେହିପରି ଆଇନ ଶୃଙ୍ଖଳା, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିିସ ଫୋର୍ସ ସହ ଅଧିକାରୀମାନଙ୍କୁ ନିୟୋଜିତ କରାଯାଇଛି। ଚଳିତବର୍ଷ ସମୁଦାୟ ୬୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବାକୁ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବେଚ୍ଛାସେବୀମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଛି।

ଏପରିକି ଶ୍ରୀମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଡ଼ ନିୟନ୍ତ୍ରଣ ବ୍ୟବସ୍ଥାକୁ ୫ଟି ଭାଗରେ ବିଭକ୍ତ କରାଯାଇଛି। ମରିଚିକୋଟଠାରୁ ଶ୍ରୀମନ୍ଦିର ଚାରିପାଖକୁ ନୋ ଭେଇକିଲ୍‌ ଜୋନ ଘୋଷଣା କରାଯାଇଛି।

କେବଳ ପାସ୍‌ଧାରୀମାନଙ୍କ ନିମନ୍ତେ କଟକଣା ନାହିଁ। ସେହିପରି ଗାଡିଗୁଡିକ ପାର୍କିଂ ନିମନ୍ତେ ଶ୍ରୀଜଗନ୍ନାଥ ବଲଭ ପାର୍କିଂ, ମେଡିକାଲ ଛକଠାରେ ହୋଇଥିବା ବହୁତଳ ପାର୍କିଂଠାରେ ଚାରିଚକିଆ ଗାଡି ପାର୍କିଂ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ଆଡୁ ଆସୁଥିବା ବସଗୁଡିକ ବସଷ୍ଟାଣ୍ଡକୁ ଯାଇପାରିବେ। ଭିଆଇପି ବା ପ୍ରୋଟକଲ ଗାଡି ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରେ ପାର୍କିଂ କରାଯିବ। ଗାଡିଗୁଡିକ ଶ୍ରୀସେତୁ ଦେଇ ଆସିବ। ଯଦି ଗହଳି ଅଧିକ ହୁଏ ତେବେ ଭିଆପିଙ୍କ ଗାଡି ଲୋକନାଥ ରୋଡ ଦେଇ ଗଦାଧର ସ୍କୁଲ ପର୍ଯ୍ୟନ୍ତ ଆସିବ। ଯେଉଁମାନେ ଭୁବନେଶ୍ୱର ଆଡୁ ଚାରିଚକିଆରେ ଆସିବେ ସେମାନେ ବୀରହେରେକୃଷ୍ଣପୁର ଛକ ଠାରୁ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ପାକିଂ ଠାରେ ଗାଡି ପାର୍କିଂ କରିବେ। ପୁରୀ ଟାଉନ୍‌ ବସ୍‌, ଅଟୋ ରିକ୍ସାକୁ ବଡ଼ଦାଣ୍ଡରେ ମେଡିକାଲ୍‌ ଛକ ପର୍ଯ୍ୟନ୍ତ ଯିବାକୁ ଅନୁମତି ଦିଆଯିବ। ବ୍ରହ୍ମଗିରି ପାଶର୍‌ବରୁ ଆସୁଥିବା ହାଲୁକା ମୋଟର ଜାନ ଗୁଡିକର ଯାତ୍ରିକା, ବ୍ଲୁ ଫ୍ଲାଗ ବେଳାଭୂମି ଏବଂ ହୋଟେଲ ନୀଳାଚଳ ଅଶୋକାରେ ପାକିଂ କରିବେ। କୌଣସି ସହାୟତା ଆବଶ୍ୟକ ହେଲେ ୨୪୦୭ ପୁରୀ ପୋଲିସ୍‌ ସହାୟତା ନମ୍ବର -୬୩୭୦୯୬୭୧୦୦ ରେ ଯୋଗାଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri