ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ବସ୍ତି

କଟକ ୪।୭: ଗଜପତି ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ବସ୍ତି ମିଳିଛି। ଜାରି ହୋଇଥିବା ଏନବିଡବ୍ଲୁ ଉପରେ ରୋକ ଲଗାଯାଇଛି। ହାଇକୋର୍ଟ କଠୋର କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପାରଳାଖେମୁଣ୍ଡି ଏସଡିଜିଏମ୍‌ଙ୍କ ନିର୍ଦ୍ଦେଶ ଉପରେ ବିଦ୍ୟାଭାରତୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଆବେଦନକାରୀଙ୍କ ବିରୋଧରେ କୌଣସି କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲିି ହାଇକୋର୍ଟ କହିଛନ୍ତି । ପାରଳାଖେମୁଣ୍ଡି ଏସଡିଜିଏମ୍‌ଙ୍କୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଆସିଥିଲେ ବିଦ୍ୟାଭାରତୀ ।
ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଅଶ୍ୱସ୍ତି ମିଳିଥିଲା । ଆସନ୍ତା ଜୁଲାଇ ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।