ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଅଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଛି। ଉତ୍ତେଜନା ପରେ ସନ୍ଧ୍ୟାରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଜିଲା ପ୍ରଶାସନ ପକ୍ଷରୁ ବିଏନ୍‌ଏସ୍‌ଏସ୍‌ ୧୬୩ ଧାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି କରାଯିବା ସହ ଘଟଣାସ୍ଥଳରେ ୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖିଛି।

ଖବର ଅନୁଯାୟୀ ଇନ୍‌ଷ୍ଟାଗ୍ରାମ୍‌ରେ ଜଣେ ଯୁବକ ଗୁରୁବାର ସନ୍ଧ୍ୟାରେ ମହାପୁରୁଷ ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ଏକ ପୋଷ୍ଟ କରିଥିଲେ। ଏହାକୁ ବିରୋଧ କରି ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ବ୍ୟକ୍ତି ପୁରୁଣାବଜାର ଥାନାରେ ଅଭିଯୋଗ କରିବା ସହ ଉକ୍ତ ଯୁବକଙ୍କୁ ଗିରଫ ପାଇଁ ଦାବି କରିଥିଲେ। ୨ ଦିନ ଭିତରେ ଉକ୍ତ ଯୁବକଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା।

ତେବେ ପୋଷ୍ଟ କରିଥିବା ଯୁବକ ଜଣକ ସୋସିଆଲ ମିଡିଆରେ ପୁନର୍ବାର କିଛି ମେସେଜ୍‌ କରିବା ପରେ ଶୁକ୍ରବାର ଅପରାହ୍ନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଯୁବକ ଏକଜୁଟ ହୋଇ ଭଦ୍ରକ ସହର ଆଡ଼କୁ ଆସୁଥିବା ପୋଲିସ ଖବର ପାଇଥିଲା। ସନ୍ଥିଆ ପୋଲ ନିକଟରେ ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ଓ ଟାଉନ ଥାନା ଆଇଆଇସି ଅଜୟ ସୁଦର୍ଶନ ବାଗେ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲେ। ସେମାନେ ଉକ୍ତ ଯୁବକଙ୍କୁ ଏବେ ତୁରନ୍ତ ଗିରଫ କରାଯାଉ ବୋଲି ଅଡ଼ି ବସିବା ସହ ଟାୟାର ଜାଳି ସନ୍ଥିଆ ପୋଲ ନିକଟରେ ରାସ୍ତା ଅବରୋଧ କରିଥିଲେ। ପୋଲିସ ସହ ଯୁକ୍ତିତର୍କ ଓ ଠେଲାପେଲା ହେବାରୁ ପୋଲିସ ଲାଠି ଧରି ସେମାନଙ୍କୁ ଘଉଡ଼ାଇଥିଲା। ବିକ୍ଷୋଭକାରୀମାନେ ପୋଲିସ ଉପରକୁ ଇଟାପଥର ମାଡ଼ କରିବାରୁ ଟାଉନ ଥାନା ଏସ୍‌ଆଇ ରୋଜେନ ମୁର୍ମୁଙ୍କ ମୁଣ୍ଡ ଫାଟିବା ସହ ଗୁରୁତର ଆହତ ହୋଇଛନ୍ତି। ଏକାଧିକ ପୋଲିସ କର୍ମଚାରୀଙ୍କ ଉପରେ ଢେଲା ମାଡ଼ ହୋଇଛି। ସିଟି ଡିଏସ୍‌ପି ଦ୍ୱିବେଦୀ ବୁଝାଶୁଝା କରୁଥିବା ବେଳେ ଆକ୍ରମଣରେ ଆହତ ହୋଇଥିଲେ।

ସେହିପରି ଢେଲା ମାଡ଼ରେ ତହସିଲଦାରଙ୍କ ଗାଡ଼ି କାଚ ଭାଙ୍ଗିଯାଇଛି। ଉପଜିଲାପାଳ ମନୋଜ ପାତ୍ରଙ୍କ ନିର୍ଦ୍ଦେଶନାମା ନଂ. ୧୬୯୬ ଅନୁଯାୟୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୬୩ ଧାରା ଜାରି କରାଯାଇଛି। ଏହି ସମୟ ମଧ୍ୟରେ କୌଣସି ସଭା ସମିତି ନ କରିବା, ଏକତ୍ରିତ ନ ହେବାକୁ ପୁରୁଣାବଜାର ପୋଲିସ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରାଯାଇଛି। ଘଟଣାସ୍ଥଳରେ ସିଟି ଡିଏସ୍‌ପି, ତହସିଲଦାର, ଟାଉନ ଥାନାଧିକାରୀ ଓ ପୁରୁଣାବଜାର ଥାନାଧିକାରୀ ନୀରୋଜ ସାମଲ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଛନ୍ତି।

ସୋସିଆଲ ମିଡିଆରେ ଏଭଳି ପୋଷ୍ଟ କରିଥିବା ଯୁବକଙ୍କୁ ଦୁଇଦିନ ମଧ୍ୟରେ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଏହା ପୂର୍ବରୁ ସେମାନେ ବହୁସଂଖ୍ୟାରେ ଏକତ୍ରିତ ହୋଇ ଆଇନଶୃଙ୍ଖଳା ପରିସ୍ଥିତିକୁ ହାତକୁ ନେଇଥିତ୍ବାରୁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ସିଟି ଡିଏସ୍‌ପିଦ୍ୱିବେଦୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଜଳିଗଲା ଟ୍ରକ

ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍‌ଟି...

ଔଷଧ ଦୋକାନୀଙ୍କୁ ବୋମା ମାଡ଼ ଘଟଣା: ଫେରାର ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ମୁଖ୍ୟରାସ୍ତା କଡରେ ଥିବା ପ୍ରହଲ୍ଲାଦ ଡାକୁଆଙ୍କୁ ହତ୍ୟା କରିବା...

ଚାଷୀଙ୍କ ପରେ ଦିବ୍ୟାଙ୍ଗଙ୍କ ଆନ୍ଦୋଳନକୁ ଭଣ୍ଡୁର କଲା ପୋଲିସ୍ : ଆନ୍ଦୋଳନ ପୂର୍ବରୁ ଦିବ୍ୟାଙ୍ଗକୁ ଉଠାଇ ନେଲା ଥାନାକୁ

ବରଗଡ଼,୧୧।୩(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲାର ଭିନ୍ନକ୍ଷମମାନଙ୍କୁ ନେଇ ଗଠିତ ପେରେଣ୍ଟସ୍‌ ଆସୋସିଏଶନ ସେମାନଙ୍କ ୮ଦଫା ଉପରେ ପ୍ରଶାସନ କୌଣସି ପଦକ୍ଷେପ ନେଇ ନଥିବା ଅଭିଯୋଗ କରି...

ତେନ୍ତୁଳି ଗଛରୁ ଖସିପଡି ଚାଲିଗଲା ଜୀବନ

ପଟ୍ଟାଙ୍ଗି,୧୧।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୁଙ୍କି ଥାନା ଅଧୀନ ତଳଗୋଲୁର ପଞ୍ଚାୟତ ବଡ଼ଡଙ୍ଗର ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଏକ...

‘ମୁଁ ହାତ ଯୋଡ଼ି ଅନୁରୋଧ କଲେ ମଧ୍ୟ ଶୁଣିଲେନି’

ଭୁବନେଶ୍ୱର, ୧୧।୩: ଗୃହରେ ହଟ୍ଟଗୋଳକୁ ନେଇ ମୁହଁ ଖୋଲିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି, ମାଇକ ବନ୍ଦ ପାଇଁ ବିରୋଧୀ ବିଧାୟକ...

ମେହେନ୍ଦୀ, ସଙ୍ଗୀତର ଫଟୋ ଶେୟାର କଲେ ଜାଗୃତି ଶୁକ୍ଳା, ଆଜି ପଡ଼ିବ ହାତଗଣ୍ଠି

ଭୁବନେଶ୍ୱର,୧୧।୩: ଓଲିଉଡ଼ର ବହୁ ଚର୍ଚ୍ଚିତ ଚେହେରା ସୁପରଷ୍ଟାର ଅନୁଭବ ମହାନ୍ତି ଏବଂ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ଶେଷ ହୋଇଛି। ଉଭୟ ଆଜି ବିବାହ କରିବେ ବୋଲି...

ମୁହାଣ ଖୋଳାକୁ କେନ୍ଦ୍ରକରି ୨ ଗ୍ରାମବାସୀଙ୍କ ମଧ୍ୟରେ ଆକ୍ରମଣ: ଉଭୟ ପକ୍ଷର ୪୦ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି /ଚିକିଟି,୧୧।୩(ଅଶେଷ ନାଥ ମିଶ୍ର /ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ କତୁରୁ ଗ୍ରାମ ନିକଟରେ ସମୁଦ୍ରକୁ ସଂଯୋଗ କରୁଥିବା ବଡନାଳଠାରେ...

ନିଜ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ଜୟନାରାୟଣ, କହିଲେ…

ଭୁବନେଶ୍ୱର,୧୧।୩: କୋଶଲ ପ୍ରସଙ୍ଗ ଉପରେ ଦେଇଥିବା ବୟାନକୁ ନେଇ ମଙ୍ଗଳବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁହଁ ଖୋଲିଛନ୍ତି। ମୁଁ ସ୍ପଷ୍ଟ କରୁଛି ଯେ, ସୁପ୍ରିମକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri