Categories: ଜାତୀୟ

ହାଇଦ୍ରାବାଦ କେମିକାଲ ଫାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ହାଇଦ୍ରାବାଦ,୧୨।୧୨-ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦର ବୋଲାରାମ ଶିଳ୍ପାଞ୍ଚଳରେ ଥିବା ରାସାୟନିକ କାରଖାନା ବିା ଅର୍ଗାନିକ୍ସରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨୦ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକ ଓ ପୋଲିସ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନରେ ଭର୍ତ୍ତି କରିଛନ୍ତି। ତେବେ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ସେହିପରି କିଛି କର୍ମଚାରୀ କାରଖାନରେ ଫସି ରହିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି।

Share